ଯୁକ୍ତ ୩-ପିଜି ସେମିଷ୍ଟାର ପରୀକ୍ଷା ହେବ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଯୁକ୍ତ ୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟର ପରୀକ୍ଷା ହେବ ନାହିଁ। ସେହିଭଳି ପିଜିର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ମଧ୍ୟ ହେବ ନାହିଁ। ମଙ୍ଗଳବାର କୁଳପତିମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ ନେଇ ସୂଚନା ଦେଇଛନ୍ତି। ବିଶ୍ୱବିଦ୍ୟାଳୟଗୁଡ଼ିକ ଦ୍ୱାରା ବିକଳ୍ପ ବ୍ୟବସ୍ଥାରେ ଛାତ୍ରୀଛାତ୍ରମାନଙ୍କୁ ପରବର୍ତ୍ତୀ ସେମିଷ୍ଟରକୁ ଉର୍ତ୍ତୀର୍ଣ୍ଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ତେବେ ପ୍ରଥମ ଥର ପାଇଁ ଯୁକ୍ତ ୩ ଏବଂ ପିଜିରେ ସିଲାବସ୍‌ର ୨୫% ଗାଇଡେଡ୍‌ ସେଲ୍ଫ ଷ୍ଟଡି ଦ୍ୱାରା କଭର କରାଯିବ। ଏହା ଏକ ସମୟୋଚିତ ଯୁଗାନ୍ତକାରୀ ପଦକ୍ଷେପ। ଛାତ୍ରୀଛାତ୍ରମାନେ ସେଲ୍ଫ ଷ୍ଟଡି ମାଟେରିଆଲ ନିଜେ ପଢ଼ିବେ, ପ୍ରସ୍ତୁତ ହେବେ। ଏହାଦ୍ୱାରା ସେମାନଙ୍କର ଆତ୍ମନିର୍ଭରଶୀଳତା ଓ ଜିଜ୍ଞାସା ବଢ଼ିବ ବୋଲି ମନ୍ତ୍ରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?