ଯୁବକଙ୍କୁ ଅପହରଣ ପରେ ହତ୍ୟା

ପାଟପୁର,୨୭ା୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଜଙ୍ଗଲରୁ ପାଟପୁର ପୋଲିସ ବୁଧବାର ଗଛରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ଶାସ୍ତ୍ରୀନଗରର ବିଭୂପ୍ରସାଦ ଦାସ (୨୦)। ଶ୍ରୀରାମନଗର ଗ୍ରାମରୁ ଶନିବାର ଅପରାହ୍ନରେ ତାଙ୍କୁ ଅପହରଣ କରାଯାଇଥିଲା।
ଆସିକା ଏସ୍‌ଡ଼ିପିଓ ସୂର୍ଯ୍ୟମଣି ପ୍ରଧାନ, ପାଟପୁର ଆଇଆଇସି ଅଜୟ କୁମାର ବାରିକ, ଛତ୍ରପୁର ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ମିଳିଥିବା ସ୍ଥାନରୁ ରକ୍ତଭିଜା ମାସ୍କ, ମାଟି ଜବତ କରି ତଦନ୍ତ ଚଳାଇଛନ୍ତି। ପାରିପାର୍ଶ୍ୱିକ ସ୍ଥିତି ଓ ପ୍ରାଥମିକ ତଦନ୍ତରୁ ଏହାଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପୋଲିସ ଜାଣିବାକୁ ପାଇଛି।
ପ୍ରକାଶ ଯେ, ବ୍ରହ୍ମପୁର ଶାସ୍ତ୍ରୀନଗରର ଯୁବକ ବିଭୂପ୍ରସାଦ ଦାସ (୨୦), ଗଜପତି ଜିଲା ଅଡବା ଗ୍ରାମର ଉଦ୍ଧବ ଗୌଡ଼ ଓ ଅଡବା ଥାନା ପଦାଗାଁର ଗଙ୍ଗାଧର ପାତ୍ର ଏକ କାର୍‌ରେ ପାଟପୁର ଥାନା ତପ୍ତପାଣି ନିକଟସ୍ଥ ଶ୍ରୀରାମନଗର ଗ୍ରାମର ଜଣେ ଯୁବକଙ୍କ ଘରକୁ ଆସିଥିଲେ। ସମ୍ପୃକ୍ତ ଯୁବକ ଓ ତାଙ୍କ ସାନଭାଇ ପ୍ରଥମେ ବିଭୂପ୍ରସାଦଙ୍କୁ ବାଇକରେ ବସାଇ କେଉଁଆଡେ ନେଇଯାଇଥିଲେ। କିଛି ସମୟପରେ ସମ୍ପୃକ୍ତ ଯୁବକଙ୍କ ସାନଭାଇ ଆସି ବିଭୂପ୍ରସାଦଙ୍କୁ ଆଣିବାକୁ ଯିବା କହି ଗଙ୍ଗାଧରଙ୍କୁ ନେଇ ଯାଇଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ କେହି ନ ଫେରିବାରୁ ଉଦ୍ଧବ ଘଟଣା ସମ୍ପର୍କରେ ବିଭୂଙ୍କ ପରିବାର ଲୋକଙ୍କୁ ଫୋନ କରି ଜଣାଇଥିଲେ। ରବିବାର ମଧ୍ୟାହ୍ନରେ ଗଙ୍ଗାଧରଙ୍କୁ ହାତଗୋଡ ବନ୍ଧା ଅବସ୍ଥାରେ କାଳିବୋରେଇ ଜଙ୍ଗଲ ନିକଟରୁ ଗ୍ରାମବାସୀ ଉଦ୍ଧାର କରିଥିଲେ। ମଙ୍ଗଳବାର ବିଭୂପ୍ରସାଦଙ୍କ ଦାଦା ପାଟପୁର ଥାନାରେ ତାଙ୍କ ପୁତୁରା ବିଭୂପ୍ରସାଦଙ୍କୁ ଅପହରଣ କରାଯାଇଥିବା ଏତଲା ଦେବାପରେ ପୋଲିସ ନଂ.୧୧୫/୨୦ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?