ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ

ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ ଏତଲା ଦେବାପରେ ପୋଲିସ ନଂ. ୭୨/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଶନିବାର ଏହି ଘଟଣାରେ ୮ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଯୁଧିଷ୍ଠିର ବେହେରା (୪୮), ଚିତ୍ରସେନ ବେହେରା (୩୫), ମହେଶ୍ୱର ବେହେରା (୫୫), ଶିବରାମ ବେହେରା (୨୫), ନିଶାକର ବେହେରା (୨୩), ଗୋବିନ୍ଦ ବେହେରା (୨୫), ଅଚ୍ୟୁତ ବେହେରା (୩୭), ମୁନା ବେହେରା (୩୭)। ସମସ୍ତ ଅଭିଯୁକ୍ତ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଧରାକୋଟ ଥାନାରେ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ଭାରପ୍ରାପ୍ତ ଥାନାଧିକାରୀ ପ୍ରଭାତ କୁମାର ସାହୁ, ତଦନ୍ତକାରୀ ଅଧିକାରୀ ଶେଷଦେବ କହଁର ମିଳିତ ବିବୃତ୍ତିରେ ପ୍ରକାଶ କରିଛନ୍ତି। ଅଭିଯୁକ୍ତମାନଙ୍କ ଠାରୁ ଲୁହାଛଡ଼ ଓ ଠେଙ୍ଗା ଜବତ କରାଯାଇଛି।
ପୋଲିସର କହିବା ପ୍ରକାରେ, ଅଲେଖ ସମ୍ପୃକ୍ତ ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ ୪/୫ ମାସ ହେଲା ମିଳାମିଶା କରୁଥିଲେ। ଏନେଇ ଝିଅଙ୍କ ପରିବାର ପକ୍ଷରୁ ଅଲେଖଙ୍କୁ ତାଗିଦ୍‌ କରାଯାଇଥିଲା। କିନ୍ତୁ ସେ ନ ମାନି ମିଳାମିଶା କରୁଥିଲେ। ଘଟଣାଦିନ ଗ୍ରାମରେ ଭାରତଲୀଳା ନାଟକ ପରିବେଷଣ ହେଉଥିଲା। ଝିଅ ଘର ପରିବାର ଲୋକେ ନାଟକ ଦେଖିବା ପାଇଁ ଯାଇଥିଲେ। ସମ୍ପୃକ୍ତ ନାବାଳିକା ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ଅଲେଖ ଝିଅ ଘରକୁ ଯାଇଥିଲେ। ଏହି ଖବର ଝିଅର ବାପା, ଦାଦା ଓ ଭାଇ ଜାଣିବା ପରେ ଅଲେଖଙ୍କୁ ତାଙ୍କ ଘରୁ ଡ଼ାକି ଆଣି ନିସ୍ତୁକ ମାଡ଼ ମାରିଥିଲେ। ଅଲେଖଙ୍କ ବାପା ସେଠାରେ ପହଞ୍ଚତ୍ ପୁଅକୁ ମାଡ ମରାଯାଉଥିବା ଦେଖି ଧରାକୋଟ ଥାନାକୁ ଖବର ଦେଇଥିଲେ। ଧରାକୋଟ ପୋଲିସ ପହଞ୍ଚତ୍ ଅଲେଖଙ୍କୁ ଝିଅଘରୁ ଉଦ୍ଧାର କରିଥିଲେ। ତାଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାବେଳେ ଅବସ୍ଥା ଗୁରୁତର ଥିବାରୁ ପୋଲିସ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲା। ଶନିବାର ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏଥିରେ ୮ ଜଣ ସମ୍ପୃକ୍ତ ରହିଥିବା ନେଇ ଅଭିଯୁକ୍ତମାନେ ସ୍ବୀକାର କରିଥିବା ଏସ୍‌ଡିପିଓଙ୍କ ଠାରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri