ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ

ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ ଏତଲା ଦେଇଛନ୍ତି। ପୋଲିସ ନଂ. ୭୨/୧୯ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପ୍ରକାଶ ଯେ, ଅଲେଖ ଗ୍ରାମର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଭଲ ପାଉଥିଲେ। ଝିଅଘର ଲୋକେ ଏହାକୁ ବାରଣ କରିବା ସହ ଅଲେଖଙ୍କୁ ଏଥିରୁ ଦୂରେଇ ରହିବାକୁ ତାଗିଦ୍‌ କରୁଥିଲେ। ଅଲେଖ ଏହାକୁ ନ ମାନି ସମ୍ପୃକ୍ତ ଛାତ୍ରୀଙ୍କ ସହ ମିଳାମିଶା କରୁଥିଲେ। ଶୁକ୍ରବାର ରାତି ପ୍ରାୟ ୧୨ଟାରେ ଅଲେଖ ଜେଜେବାପାଙ୍କ ସହ ଘରେ ଶୋଇଥିବାବେଳେ ଗ୍ରାମର ୮ରୁ ୧୦ଜଣ ଲୋକ ଆସି ତାଙ୍କୁ ଘରୁ ଡାକି ନେଇଥିଲେ। ଏଥିରେ ଝିଅଘର ପରିବାର ଲୋକେ ମଧ୍ୟ ଥିଲେ। ଅଲେଖଙ୍କୁ ଝିଅ ଘରକୁ ନେଇ ନିସ୍ତୁକ ମାଡ ମରାଯାଇଥିଲା। ଖବର ପାଇ ତାଙ୍କ ବାପା ସେଠାରେ ପହଞ୍ଚତ୍ ପୁଅକୁ ମାଡ ମରାଯାଉଥିବା ଦେଖି ଧରାକୋଟ ଥାନାକୁ ଖବର ଦେଇଥିଲେ। ଧରାକୋଟ ଥାନା ଅଧିକାରୀ ଶେଷଦେବ କହଁର ସଦଳବଳ ପହଞ୍ଚତ୍ ଅଲେଖଙ୍କୁ ଝିଅଘରୁ ଉଦ୍ଧାର କରିଥିଲେ। ତାଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବାବେଳେ ଅବସ୍ଥା ଗୁରୁତର ଥିବାରୁ ପୋଲିସ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲା। ଶନିବାର ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତଦେହ ବ୍ୟବଚ୍ଛେଦ ପରେ ଧରାକୋଟ ପୋଲିସ ତାଙ୍କ ପରିବାରଲୋକଙ୍କୁ ହସ୍ତାନ୍ତର କରିଛି। ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଝିଅଙ୍କ ପରିବାରର ୪ ଜଣଙ୍କୁ ଥାନାକୁ ଆଣି ପୋଲିସ ପଚରାଉଚରା ଚଳାଇଛି। ଝିଅଙ୍କ ବାପା, ମା’ଙ୍କ ସମେତ ଅନ୍ୟ ସଦସ୍ୟ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?