ସଜନାଗଡ, ୧୨ା୧(ଡି.ଏନ.ଏ.)-ନୀଳଗିରି ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ହାଇସ୍କୁଲ୍ ପଡ଼ିଆ ସମ୍ମୁଖରେ ଯୋଜନାବଦ୍ଧ ଭାବେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଈଶ୍ୱରପୁର ମେଡ଼ିକାଲ ପରେ ବାଲେଶ୍ୱର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ମଧ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପଠାଯାଇଛି।
ସନ୍ଧ୍ୟା ପ୍ରାୟ ସାଢେ ୬ଟା ବେଳେ ପଡିଆ ସମ୍ମୁଖରେ ଈଶ୍ୱରପୁର ଗ୍ରାମର ସୁଦର୍ଶନ ମହାନ୍ତି (୪୨) ଏକୁଟିଆ ଥିବା ବେଳେ ହଠାତ୍ ଏକ ବୋଲେରୋ (ନଂ.ଓଡ଼ି-୦୧-ଟି- ୮୯୭୭)ରେ ୪/୫ଜଣ ଯୁବକ ଆସି ତାଙ୍କୁ ଧକ୍କା ଦେଇଥିଲେ। ସୁଦର୍ଶନ ଏହାର ପ୍ରତିବାଦ କରିବାରୁ ବୋଲେରୋରେ ଥିବା ଅଜଣା ଯୁବକମାନେ ଠେଙ୍ଗା ଓ ଭୁଜାଲି ସହିତ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ସୁଦର୍ଶନ ଚିତ୍କାର କରୁଥିଲା ବେଳେ ସ୍ଥାନୀୟ ଲୋକେ ପହଞ୍ଚତ୍ଥିଲେ। ଆକ୍ରମଣକାରୀ ଯୁବକଙ୍କ ମଧ୍ୟରୁ ଘଟଣାସ୍ଥଳରୁ ଜଣେ ଧରାପଡ଼ିଥିଲା ବେଳେ ଅନ୍ୟମାନେ ଫେରାର ହୋଇଯାଇଛନ୍ତି। ନୀଳଗିରି ଆଇଆଇସି ମିନତୀ ବିଶ୍ୱାଳ ଗ୍ରାମବାସୀ ଅଟକ ରଖିଥିବା ଯୁବକଙ୍କୁ ଗିରଫ କରିବା ସହ ବ୍ୟବହୃତ ବୋଲେରୋ ଓ ମାରଣାସ୍ତ୍ରକୁ ଜବତ କରିଛନ୍ତି।
ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…
ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...
ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…
ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍ଦାର ପ୍ରସ୍ତୁତି
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍ଦାର କରାଯାଉଛି। ୪ଦିନ ଧରି...
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍...
ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା
ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...
ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…
ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...
ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...
Archives


