ଯୁବକଙ୍କୁ ହତ୍ୟା ଅଭିଯୋଗ; ବଡ଼ବାପାଙ୍କ ସମେତ ୩ ଗିରଫ

ଆସିକା,୨୬ା୮(ଡି.ଏନ୍‌.ଏ.)-ଆସିକା ଥାନା ବଜ୍ରକୋଟ ଗ୍ରାମର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଟୁକୁନା ନାହାକ (୩୦)। ଏନେଇ ମୃତ ଟୁକୁନାଙ୍କ ବାପା ଆସିକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ନଂ.୨୭୩/୧୯ରେ ମାମଲା ରୁଜୁକରି ଗ୍ରାମର ଅର୍ଶୁଲୁ ନାହାକ, ତାଙ୍କ ସ୍ତ୍ରୀ ଦଇନୀ ଓ ପୁଅ ଦୀପକଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଅର୍ଶୁଲୁ ମୃତ ଟୁକୁନାଙ୍କ ବଡବାପା। ହତ୍ୟାକାଣ୍ଡରେ ବ୍ୟବହୃତ ଏକ ଲୁହାରଡ୍‌ ପୋଲିସ ଜବତ କରି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଅର୍ଶୁଲୁଙ୍କ ଏକ ସାଇକେଲ କିଛିଦିନ ତଳେ ଚୋରି ଯାଇଥିଲା। ଏନେଇ ସେ ଟୁକୁନାଙ୍କୁ ସନ୍ଦେହ କରୁଥିଲେ। ଫଳରେ ଉଭୟ ପରିବାର ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଥିଲା। ଗତ ଶୁକ୍ରବାର ସନ୍ଧ୍ୟାରେ ଅର୍ଶୁଲୁ, ଦଇନୀ ଓ ଦୀପକ ଟୁକୁନାଙ୍କୁ ମାରଧର କରିଥିଲେ। ଆକ୍ରମଣରେ ଟୁକୁନା ଆହତ ହୋଇଥିଲେ ମଧ୍ୟ ଚିକିତ୍ସା କରିନଥିଲେ। ଶନିବାର ବିଳମ୍ବିତ ରାତିରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ରବିବାର ଭୋର ପ୍ରାୟ ସାଢେ ୪ଟାରେ ଆସିକା ସରକାରୀ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଦେହ ଆସିକା ମେଡିକାଲରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ : ଫାଇନାଲରେ ଗୋକର୍ଣ୍ଣପୁର, ଝଗଡା ପଲ୍ଲୀ ଟିମ୍

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ  ପକ୍ଷରୁ  ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ବୈଠକ: ସମନ୍ବୟ ରକ୍ଷା କରି ଯାତ୍ରାକୁ ସଫଳ କରାଯିବ

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ କୁଲାଡ ରଥଯାତ୍ରା ଓ ବାହୁଡ଼ା ଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେ ନେଇ ପ୍ରଥମ ପ୍ରସ୍ତୁତି ବୈଠକ ଶୁକ୍ରବାର ଭଞ୍ଜନଗର…

ଗଞ୍ଜାମ ସହରରେ ପ୍ରବଳ ବର୍ଷା: ଗୁଳୁଗୁଳିରୁ ଅସ୍ବସ୍ତି

ଗଞ୍ଜାମ,୧୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଶୁକ୍ରବାର ସନ୍ଧ୍ୟାରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ଅସ୍ବସ୍ତି ମିଳିଛି। ଅନ୍ୟପଟେ ଏହି ବର୍ଷା…

ରେଳ ଲାଇନ ନକ୍ସା ପରିବର୍ତ୍ତନ ପାଇଁ ମସୁଧା : ଗଣ ଆନ୍ଦୋଳନ ନିଷ୍ପତ୍ତି 

ଦିଗପହଣ୍ଡି,୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହରେ  ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ…

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri