ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ଜୁନାଗଡ,୧।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରାମେଶ୍ୱର ନିଆଲ। ତାଙ୍କୁ ସୋମବାର କୋର୍ଟଚାଲାଣ କରାଯାଇଥିବା ଜୁନାଗଡ ଭାରପ୍ରାପ୍ତ ଥାନାଧିକାରୀ ଉତ୍ତମ କୁମାର ସାହୁ ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ଶନିବାର ସନ୍ଧ୍ୟାରେ ବିଜ୍ରାଦର ଗ୍ରାମର ରୂପି ମାଝୀ(୪୮) ସେହି ଗ୍ରାମର ରାମେଶ୍ୱର ନିଆଲ(୫୦)ଙ୍କ ଘରକୁ ଯାଇ ଗାଳିଗୁଲଜ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ରାମେଶ୍ୱର ଏକ ଠେଙ୍ଗାରେ ରୂପିଙ୍କ ମୁଣ୍ଡରେ ପ୍ରହାର କରିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ରୂପିଙ୍କୁ ଘରକୁ ନେଇଁ ଆସିଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ରବିବାର ଜୁନାଗଡ ପୋଲିସ ଏକ ମାମଲା (ନଂ.୧୪୫/୨୦) ରୁଜୁ କରି ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?