ଯୁବକଙ୍କ ଗଳାକାଟି ହତ୍ୟା

ଚିକିଟି,୩୦।୪(ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟି ଫାଣ୍ଡି ଅନ୍ତର୍ଗତ ଧାନଘର ଛକ ଠାରୁ ମା’ ବାଳକୁମାରୀ ମନ୍ଦିର ଯିବା ରାସ୍ତାର ଏକ ପୋଖରୀ ନିକଟରେ ଜଣେ ଯୁବକଙ୍କ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ରାମଚନ୍ଦ୍ରପୁର ପଞ୍ଚାୟତ ରାମପୁର ଗ୍ରାମର ବଳରାମ ମହାଙ୍କୁଡ (୩୫)। ତାଙ୍କ ବାପା ବାଲ୍ମୀକି ମହାଙ୍କୁଡଙ୍କ ଅଭିଯୋଗ ପରେ କେ.ନୂଆଗାଁ ଥାନାରେ ନଂ.୧୪୭/୨୫ରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ପୁଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ବାଲ୍ମୀକି ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରୁଥିବା ପୋଲିସ ଧାନଘର ଅଞ୍ଚଳର ଦୁଇଜଣଙ୍କୁ ଧରିଆଣି ଥାନାରେ ଅଟକ ରଖି ପଚରାଉଚରା କରୁଛି। ବଳରାମଙ୍କ କାହାସହିତ ଶତ୍ରୁତା ନ ଥିବା ପରିବାର ଲୋକେ କହୁଥିବା ବେଳେ ପୋଲିସ ଘଟଣାର ଛାନଭିନ ଜାରି ରଖି ବିଭିନ୍ନ ଛକରେ ଲାଗିଥିବା ସିସିଟିଭି ଫୁଟେଜ ଯାଞ୍ଚ କରୁଛି। ପ୍ରାଥମିକ ତଦନ୍ତରୁ ବଳରାମଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ମୃତକଙ୍କ ପକେଟରୁ ମିଳିଥିବା ମୋବାଇଲ ଅପରାଧୀଙ୍କୁ ଚିହ୍ନଟ କରାଇବାରେ ସହାୟକ ହେବ। ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌ କହିଛନ୍ତି।
ଖବରରୁ ଜଣାପଡିଛି, ବଳରାମ ରାଜ୍ୟ ବାହାରେ ଏକ କମ୍ପାନୀରେ କାମ କରୁଥିଲେ। ମାସେ ତଳେ ସେ ଗାଁକୁ ଫେରି ତାଙ୍କ ପିକଅପ୍‌ ଭ୍ୟାନ ଚଳାଇ ପରିବାର ପ୍ରତିପୋଷଣ କରୁଥିଲେ। କିଛିଦିନ ହେଲା ସେ ଏକ ବୁଲେଟ୍‌ ମୋଟରସାଇକେଲ (ନଂ.ଓଡ଼ି ୦୭ ଏଭି-୫୩୫୯) କିଣିଥିଲେ। ସୋମବାର ରାତିରେ ଚିକିଟିପେଣ୍ଠ ଗ୍ରାମରେ ରହୁଥିବା ଭଉଣୀଙ୍କ ଘରକୁ ଯାଉଛି କହି ବଳରାମ ଘରୁ ବୁଲେଟ ନେଇ ଯାଇଥିଲେ। ମାତ୍ର ସକାଳେ ରାସ୍ତା କଡରୁ ତାଙ୍କ ମୃତଦେହ ମିଳିଥିଲା। ପୋଲିସ ତଦନ୍ତ ବେଳେ ଘଟଣାସ୍ଥଳରୁ ବଳରାମଙ୍କ ବୁଲେଟ ଓ ମୋବାଇଲ ଫୋନ ଜବତ କରିଛି। ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, କେ.ନୂଆଗାଁ ଆଇଆଇସି କିଶୋର ସାମଲ, ଚିକିଟି ଫାଣ୍ଡି ଅଧିକାରୀ ରଞ୍ଜିତ ମହାପାତ୍ର ପହଞ୍ଚତ୍ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରିଛନ୍ତି। ମୃତଦେହ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri