ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭବାନୀପାଟଣା,୨୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟର ନେହେଲା ଗ୍ରାମରେ ଭବାନୀପାଟଣା ସହର ପୁରୁଣାପଡ଼ାର ଜଣେ ଯୁବକଙ୍କ ଗଳିତ ମୃତଦେହ ତିନି ଦିନ ପରେ ଠାବ କରାଯାଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗରେ ପୋଲିସ ୭ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ଭବାନୀପାଟଣା ସହର ପୁରୁଣାପଡ଼ାର ଦେବେନ୍ଦ୍ର ବେହେରା (୩୦) ତାଙ୍କ ସାଥୀମାନଙ୍କ ସହିତ କର୍ଲାପାଟ ଅଭୟାରାଣ୍ୟର ନେହେଲା ଗ୍ରାମକୁ ଗତ ୨୪ ତାରିଖରେ କାଠ କାଟିବା ନିମନ୍ତେ ଯାଇଥିଲେ। ରାତିରେ ଖାଇବା ବେଳେ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ଭରତ ବିଶ୍ୱାଳ ଓ ତାଙ୍କ ସାଥୀ କାଠ ଫାଳିଆରେ ଦେବେନ୍ଦ୍ରଙ୍କୁ ହତ୍ୟା କରିଥିବା ପୋଲିସ ତଦନ୍ତରୁ ଜାଣିପାରିଛି। ସୋମବାର ଏ ନେଇ ଭବାନୀପାଟଣା ସଦର ଥାନା ପୋଲିସ ଏସ୍‌ଆଇ ସଚିନ୍ଦ୍ର ପ୍ରଧାନ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛନ୍ତି। ଭବାନୀପାଟଣା ପୁରୁଣାପଡ଼ାର ବିଶ୍ୱାଳ ଓ ଅନ୍ୟ ୬ ଜଣଙ୍କୁ ଥାନାରେ ଅଟକ ରଖାଯାଇ ପଚରାଉଚରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri