ଯୁବକଙ୍କ ଗଳିତ ମୃତଦେହ ଜବତ ଘଟଣା: ଅପମୃତ୍ୟୁ ହେଲା ହତ୍ୟା ମାମଲା

ବ୍ରହ୍ମପୁର ଅଫିସ,୩ା୨-ଗୋସାଣୀନୂଆଗାଁ ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁକରି ଘଟଣାର ଅନୁସନ୍ଧାନ ଚଳାଇଛି। ହେଲେ ଇତିମଧ୍ୟରେ ୨ ମାସ ବିତିଗଲାଣି। ଗୋଟିଏ ପଟେ ମୃତ ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ପୋଲିସକୁ ଏବେ ସୁଦ୍ଧା କୌଣସି ସୁରାକ ମିଳିପାରିନାହିଁ। ଘଟଣାର ମାସକ ପରେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଏହା ଏକ ହତ୍ୟା ମାମଲା ବୋଲି ଦର୍ଶାଯାଇଥିଲା। ତାହାକୁ ଆଧାର କରି ପୋଲିସ ହତ୍ୟାକାରୀଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତି କରିଛି। ଘଟଣା ଦିନ ପୋଲିସର ହସ୍ତଗତ ହୋଇଥିବା କେତେକ ତଥ୍ୟକୁ ଆଧାର କରି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରାଯାଉଥିବା ଜଣାପଡିଛି। ମୃତ ଯୁବକ ଜଣଙ୍କ କେଉଁଠୁ ଆସିଥିଲେ ଏବଂ ତାଙ୍କୁ କିଏ ଓ କାହିଁକି ହତ୍ୟା କଲା ସେ ନେଇ ପୋଲିସ ଏବେ ତନାଘନା ଚଳାଇଛି। ଘଟଣାରୁ ପ୍ରକାଶ ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୁଳରୁ ଗୋସାଣୀନୂଆଗଁା ପୋଲିସ ଗତ ଡିସେମ୍ବର ୪ ତାରିଖରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଥିଲା। ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ (୩୫) ହେବ ବୋଲି ପୋଲିସ କହିଥିଲା। ମୃତଦେହ ଜବତ କରି ନଂ.୧୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁୁ କରିଥିଲା। ମୃତଦେହ ପଞ୍ଚନାମା ବେଳେ ଯୁବକଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଜାଗାରେ କ୍ଷତ ଚିହ୍ନ ରହିଥିବା ପୋଲିସ ଦେଖିବାକୁ ପାଇଥିଲା। ଏଣୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରୁଥିଲା। ଯୁବକଙ୍କୁ ଅନ୍ୟ କେଉଁଠାରେ ହତ୍ୟା କରିବା ପରେ ଦୁର୍ବୃତ୍ତମାନେ ଜାତୀୟ ରାଜପଥ ଖଜୁରିଆ ବାଇପାସ୍‌ ନିକଟ ବିଲରେ ଫୋପାଡିି ଦେଇଥିଲେ ବୋଲି ପୋଲିସ ସେହି ସମୟରେ ସନ୍ଦେହ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri