ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମ ସମ୍ପର୍କକୁ ନେଇ ହତ୍ୟା ସନ୍ଦେହ

ବନ୍ତଳା,୮।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା ପୁରୁଣା କୋଟ ଥାନା ସାରଧାପୁର ପଞ୍ଚାୟତର ଗୁରୁଧି ଗ୍ରାମ ଆମ୍ବ ତୋଟାରେ ମଙ୍ଗଳବାର ସକାଳେ ସୁଶୀଲ ଦାସ (୧୯) ଓରଫ ଟିନୁଙ୍କର ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ତାଙ୍କୁ ଚାରିରୁ ପାଞ୍ଚଜଣ ହତ୍ୟା କରି ଗଛରେ ଝୁଲାଇ ଦେଇଥିବା ସନ୍ଦେହ କରାଯାଉଛି। ଏ ନେଇ ସୁଶୀଲଙ୍କ ବାପା କରୁଣା ଦାସ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ମୃତଦେହକୁ ଜବତ କରି ତଦନ୍ତ କରୁଛନ୍ତି। ଅଭିଯୋଗରୁ ପ୍ରକାଶ ଯେ, ସୁଶୀଲ ସୋମବାର ରାତିରେ ବନ୍ତଳା ଥାନା ପୁରୁଣା ଗଡ଼ ବଡଦାଣ୍ଡ ସାହି ଶୁକ୍ରବାର ସାପ୍ତାହିକ ହାଟ ନିକଟକୁ ଦଶହରା ନାଚ ଦେଖିବା ପାଇଁ ଯାଇ ଭୋର ଦୁଇଟାରେ ଘରକୁ ଫେରିଥିଲେ। ଏହାପରେ ଏକ ଟ୍ରଚ୍ଚ ଲାଇଟ୍‌ ଧରି ବାହାରକୁ ଯାଇ ସୁଶୀଲ ଆଉ ଫେରି ନ ଥିଲେ। ମଙ୍ଗଳବାର ସକାଳେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଦେଖିବାକୁ ମିଳିଛି। ପ୍ରେମ ସମ୍ପର୍କକୁ ନେଇ ଯୋଜନାବଦ୍ଧ ଭାବରେ ଏକାଧିକ ଲୋକ ମିଶି ହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri