ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର ଅନୁସନ୍ଧାନ ଚଳାଇଛି ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ପରିଚୟ ମିଳିି ନ ଥିବା ବେଳେ ପୋଲିସ ପାଇଁ ଏହା ଏକ ବଡ ଚାଲେଞ୍ଜ ହୋଇଛି। ଘଟଣାର ମାସକ ପରେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରେ ଏହା ଏକ ହତ୍ୟା ମାମଲା ବୋଲି ଦର୍ଶାଯାଇଥିଲା। ତାହାକୁ ଆଧାର କରି ପୋଲିସ ହତ୍ୟାକାରୀଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତି କରିଛି। ଘଟଣା ଦିନ ପୋଲିସର ହସ୍ତଗତ ହୋଇଥିବା କେତେକ ତଥ୍ୟକୁ ଆଧାର କରି ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରାଯାଉଥିବା ଜଣାପଡିଛି। ମୃତ ଯୁବକ ଜଣକ କେଉଁଠୁ ଆସିଥିଲେ ଏବଂ ତାଙ୍କୁ କିଏ ଓ କାହିଁକି ହତ୍ୟା କଲେ ସେ ନେଇ ପୋଲିସ ଏବେ ତନାଘନା ଚଳାଇଛି।
ଘଟଣାରୁ ପ୍ରକାଶ, ଗଞ୍ଜାମ ଜିଲା ବ୍ରହ୍ମପୁର ଖଜୁରିଆ ଜାତୀୟ ରାଜପଥ କଡରେ ଥିବା ଏକ ବୁଦାମୂଳରୁ ଗୋଷାଣୀନୂଆଗଁା ପୋଲିସ ଗତ ଡିସେମ୍ବର ୪ରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଥିଲା। ଯୁବକଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ଆନୁମାନିକ (୩୫) ହେବ ବୋଲି ପୋଲିସ କହିଥିଲା। ମୃତଦେହ ଜବତ କରି ନଂ.୧୮/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ମୃତଦେହ ପଞ୍ଚନାମା ବେଳେ ଯୁବକଙ୍କ ମୁଣ୍ଡ ଓ ଶରୀରର ବିଭିନ୍ନ ଜାଗାରେ କ୍ଷତଚିହ୍ନ ରହିଥିବା ପୋଲିସ ଦେଖିବାକୁ ପାଇଥିଲା। ଏଣୁ ଯୁବକଙ୍କୁ ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରୁଥିଲା। ଯୁବକଙ୍କୁ ଅନ୍ୟ କେଉଁଁଠାରେ ହତ୍ୟାକରିବା ପରେ ଦୁର୍ବୃତ୍ତମାନେ ଜାତୀୟ ରାଜପଥ ଖଜୁରିଆ ବାଇପାସ୍ ନିକଟ ଏକ କିଆରିରେ ଫୋପାଡ଼ି ଦେଇଥିଲେ ବୋଲି ପୋଲିସ ସେହି ସମୟରେ ସନ୍ଦେହ କରିଥିଲା। ଅନ୍ୟପଟେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଏହା ଅପମୃତ୍ୟୁ ନା ହତ୍ୟା ତାହା ସ୍ପଷ୍ଟ ହୋଇଯିବ ବୋଲି ଥାନାଧିକାରୀ ସୁମିତ କୁମାର ସୋରେନ କହିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…
ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…
ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…
ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…
ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…
ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍, ମରାମତି ହେଲା ‘ମରଣଯନ୍ତା’
ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…
ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…
Archives

