ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଗ୍ରାମରେ ଉତ୍ତେଜନା

ଧର୍ମଶାଳା/ଜେନାପୁର,୨୭ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଜଣେ ଯୁବକଙ୍କ ଗୁରୁବାର ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗ୍ରାମର ଅମର ମଳିକ (୩୫)। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ସହ ହତ୍ୟାକାରୀଙ୍କୁ ଗିରଫ ଦାବିରେ ପରିବାରଲୋକେ ଏବଂ ଗ୍ରାମବାସୀ ୫୩ନଂ ଜାତୀୟ ରାଜପଥ ଦଳଗାଁ ଛକରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଫଲରେ ଉଭୟ ପାର୍ଶ୍ୱରେ ଟ୍ରାଫିକ୍‌ ସମସ୍ୟା ଦେଖାଦେଇଥିଲା। ଖବର ପାଇ ଜେନାପୁର ଥାନା ଅଧିକାରୀ ଶୁଶାନ୍ତ କୁମାର ଦାସ ଏବଂ ଏସ୍‌ଆଇ ମନୋରଞ୍ଜନ ଦାସ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏଥିସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଘଟଣାରେ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଥାନାଅଧିକାରୀ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ପ୍ରକାଶ ଯେ, ଅମର ସକାଳେ କେନାଲକୁ ମାଛ ଧରିବା ପାଇଁ ଘରୁ ଆସିଥିଲେ। ମାତ୍ର ଜାତୀୟ ରାଜପଥ ଦଳଗାଁ ନିକଟ ଏକ ଧାନବିଲରେ ଅପରାହ୍ନ ୪ଟା ପାଖାପାଖି ସମୟରେ ତାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଅମରଙ୍କ ମୁଣ୍ଡରେ କ୍ଷତଚିହ୍ନ ଥିବାରୁ ତାଙ୍କୁ ଯୋଜନା ବଦ୍ଧଭାବେ ହତ୍ୟା କରି ଧାନ ବିଲରେ ପକାଯାଇଥିବା ସନ୍ଦେହ କରି ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣା ଜଣାପଡିବା ପରେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri