ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାସ୍ତାରୋକୋ

ବଲାଙ୍ଗୀର ଅଫିସ/ତରଭା, ୨୦ା୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲି ଗ୍ରାମର ଆଲୋକ ନାଏକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର ବଇରାସର ନିକଟରେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଥିଲେ । ଆଲୋକ(୨୫)ଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରି ତୁରନ୍ତ ହତ୍ୟାକାରୀକୁ ଗିରଫ କରିବା ଦାବି ନେଇ ଏହି ରାସ୍ତାରୋକୋ କରାଯାଇଥିଲା । ହତ୍ୟାକାଣ୍ଡ ପଛରେ ପ୍ରେମଜନିତ କାରଣ ରହିଥିବା ଚର୍ଚ୍ଚା ଜୋର ଧରିଛି । ପୋଲିସ ଖଲିଆପାଲି ଗ୍ରାମର ଜଣେ ଯୁବତୀଙ୍କୁ ପୁଇଁତଲା ଥାନାକୁ ନେଇ ପଚରାଉଚରା କରୁଛି ।
ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ, ରବିବାର ରାତି ପ୍ରାୟ ୧ଟାରେ ଖଲିଆପାଲିର ଜଣେ ଯୁବତୀ ମିଛାପାଲିର ଅଶୋକ ନାଏକଙ୍କ ଘରକୁ ଯାଇ ତାଙ୍କ ପୁଅ ଆଲୋକ ସନ୍ଦେହଜନକ ଅବସ୍ଥାରେ ଖଲିଆପାଲି-ମିଛାପାଲି ଛକ ନିକଟରେ ପଡିଥିବା ଜଣାଇଥିଲେ । ସମ୍ପୃକ୍ତା ଯୁବତୀଙ୍କଠାରୁ ଏହା ଶୁଣିବା ପରେ ପରିବାର ଲୋକେ ଚେତାଶୂନ ଅବସ୍ଥାରେ ପଡିଥିବା ଆଲୋକଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ତରଭା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ଆଲୋକଙ୍କୁ ମୃତ ଘୋଷଣା କରିଥିଲେ । କିଭଳି ଭାବେ ଆଲୋକଙ୍କ ମୃତ୍ୟୁ ଘଟିଲା ତାହା ସ୍ପଷ୍ଟ ହୋଇନାହିଁ । ଏହି ଘଟଣାକୁ ନେଇ ମିଛାପାଲିରେ ଉତ୍ତେଜନା ଦେଖାଯାଇଥିଲା। ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ପଛରେ ପ୍ରେମଜନିତ ହତ୍ୟାକାଣ୍ଡ କାରଣ ବୋଲି ପ୍ରଚାର ହେବା ପରେ ଉତ୍ତ୍ୟକ୍ତ ଲୋକେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଥିଲେ। ହତ୍ୟାକାରୀଙ୍କ ଗିରଫ ଦାବିରେ ସେମାନେ ଜାତୀୟ ରାଜପଥ ଅବରୋଧ କରିଥିଲେ। ପୁଇଁତଲା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆଲୋକଙ୍କ ମୃତ୍ୟୁର ଉଚିତ୍‌ ତଦନ୍ତ କରାଯିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହାର ଖୁଲାସା କରିବ ବୋଲି ପ୍ରତିଶ୍ରୁତି ଦେବା ପରେ ଲୋକେ ରାସ୍ତାରୋକୋରୁ ହଟିଥିଲେ । ଏହାପରେ ପୁଇଁତଲା ପୋଲିସ ଖଲିଆପାଲି ଗ୍ରାମର ଜଣେ ଯୁବତୀଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି । ସମ୍ପୃକ୍ତ ଯୁବତୀଙ୍କ ସହ ମୃତ ଆଲୋକଙ୍କ ଦୀର୍ଘଦିନରୁ ପ୍ରେମସମ୍ପର୍କ ରହିଥିଲା ଓ ଘଟଣାଦିନ ରାତିରେ ଉଭୟେ ଖଲିଆପାଲି-ମିଛାପାଲି ଛକ ନିକଟରେ କଥାବାର୍ତ୍ତା ହେଉଥିବା କେତେକ ଲୋକ ଦେଖିଥିବା ଆଲୋଚନା ହେଉଛି । ଏହାପରେ କିପରି ଆଲୋକଙ୍କ ମୃତ୍ୟୁ ଘଟିଲା ଓ ଯୁବତୀ ଜଣକ କିଭଳି ଭାବେ ଆଲୋକଙ୍କ ଗଁ। ମିଛାପାଲି ଯାଇ ତାଙ୍କ ପରିବାର ଲୋକଙ୍କୁ ଡାକିଲେ ତାହା ସ୍ପଷ୍ଟ ହୋଇନାହିଁ । ମୃତ ଆଲୋକଙ୍କ ପିତା ଅଶୋକ ନାଏକ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଥାନାରେ ଅଭିଯୋଗ କରିଛନ୍ତି । ପୁଇଁତଲା ପୋଲିସ ଘଟଣାକୁ ନେଇ ଏକ ମାମଲା (ନଂ.୯/୨୦) ରୁଜୁ କରି ଅନୁସନ୍ଧାନ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri