ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ : ଷଡଯନ୍ତ୍ରକାରୀ ମହିଳାଙ୍କ ସମେତ ୫ ଗିରଫ

ବହଳଦା,୨୯ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ବହଳଦା ଥାନା ପୋଲିସ ଏକ ହତ୍ୟା ଘଟଣାର ପର୍ଦ୍ଦାଫାସ କରି ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗତ ମେ ୨୩ ତାରିଖ ଦିନ ବହଳଦା ଥାନା ଅନ୍ତର୍ଗତ ଅସନା ପଞ୍ଚାୟତର ଜିଆଲଦା ଓ ଏଦଲବେଡା ଗ୍ରାମ ମଧ୍ୟସ୍ଥଳରୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ ଯୁବକ ଜଣକ ରାଇରଙ୍ଗପୁର ଥାନା ଅନ୍ତର୍ଗତ ଅସନବଣି ଗ୍ରାମର ପିଥ ମୁର୍ମୁ (୩୦) ବୋଲି ଜଣା ପଡିଥିଲା। ମୃତକଙ୍କ ବାପା ଏନେଇ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା(ନଂ.୩୪/୧୯) ରୁଜୁ କରି ଘଟଣାର ତନାଘନା ଚଳାଇଥିଲା। ଗିରଫ ଅଭିଯୁକ୍ତମାନେ ହେଲେ ଚାନ୍ଦୁ ମୁର୍ମୁ, ରାମଦାସ ମୁର୍ମୁ, ଜଗନ୍ନାଥ ଲୋହାର ଓ ପୁନା ମୁର୍ମୁ ।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମୃତ ପିଥ ମୁର୍ମୁ ଓ ରାଇରଙ୍ଗପୁର ଥାନା ଅନ୍ତର୍ଗତ ଦେଉଳି ଗ୍ରାମର ଛୋଟରାୟ ମାରାଣ୍ଡି ରାଜସ୍ଥାନର ଏକ କମ୍ପାନୀରେ କାମ କରୁଥିଲେ। ପିଥ ଛୁଟିରେ ଘରକୁ ଆସିଲେ ଛୋଟରାୟଙ୍କ ଘରକୁ ଯିବା ଆସିବା କରୁଥିଲେ। ଏହା ମଧ୍ୟରେ ଛୋଟରାୟଙ୍କ ପତ୍ନୀଙ୍କୁ ପିଥ ପରକିୟା ସମ୍ପର୍କ କହି ବିଭିନ୍ନ ସମୟରେ ବ୍ଲାକମେଲିଂ କରୁଥିଲେ। ଏଥିରେ ଅତିଷ୍ଠ ହୋଇ ଛୋଟରାୟଙ୍କ ପତ୍ନୀ ରାଇରଙ୍ଗପୁର ଓ ବହଳଦା ଅଞ୍ଚଳର ଚାନ୍ଦୁ ମୁର୍ମୁ, ରାମଦାସ ମୁର୍ମୁ, ଜଗନ୍ନାଥ ଲୋହାର ଓ ପୁନା ମୁର୍ମୁଙ୍କୁ ଅର୍ଥ ଦେଇ ପିଥଙ୍କୁ ମାରିଦେବା ପାଇଁ ଯୋଜନା କରିଥିଲେ। ଯୋଜନା ମୁତାବକ ଗତ ମେ ୨୨ ତାରିଖରେ ଫୋନ କରି ପିଥଙ୍କୁ ଡାକି ଅଣାଯାଇଥିଲା। ସେ ଆସି ପହଞ୍ଚିବା ପରେ ମହିଳା ଓ ପିଥ ବସ ଯୋଗେ ଆସି କୁମ୍ଭାରମୁଣ୍ଡା ଛକରେ ଓହ୍ଲାଇଥିଲେ। ସେଠାରୁ ଏଦଲବେଡା ଯାଉଥିବା ବେଳେ ଦୁଇଟି ବାଇକରେ ୪ ଯୁବକ ଆସି ପିଥଙ୍କ ମୁଣ୍ଡକୁ ଏକ ଲୁହାରଡରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ପିଥଙ୍କ ମୃତ୍ୟୁ ଘଟିବାରୁ ସେମାନେ ତାଙ୍କ ମୃତଦେହରେ ପେଟ୍ରୋଲ ଢାଲି ନିଆଁ ଲଗାଇ ଦେଇଥିଲେ। ପୋଲିସ ଅଭିଯୁକ୍ତମାନଙ୍କଠାରୁ ୨ଟି ବାଇକ, ୬ଟି ମୋବାଇଲ ଓ ୯ ହଜାର ଟଙ୍କା ସମେତ ହତ୍ୟାରେ ବ୍ୟବହୃତ ଲୁହାରଡ ଜବତ କରିଛି। ଶୁକ୍ରବାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri