ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ: ଯୁବକଙ୍କୁ ହତ୍ୟା ପରେ ଗଛରେ ଝୁଲାଇ ଦେଲେ ମୃତଦେହ

ଖୁଣ୍ଟୁଣୀ,୨୧ା୬(ଡି.ଏନ୍‌.ଏ.)-ଗୁରୁଡ଼ିଝାଟିଆ ଥାନା ଜେମାଦେଇପୁର ଗ୍ରାମରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରିବା ପରେ ଗଛରେ ଝୁଲାଇ ଦିଆଯାଇଥିବା ରବିବାର ଅଭିଯୋଗ ହୋଇଛି। ମୃତକ ହେଲେ ଗଙ୍ଗାଧର ପରିଡ଼ା(୧୯)। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନା ପଠାଇଛି। ଗଙ୍ଗାଧରଙ୍କ ମା’ ସୁଲୋଚନା ପରିଡ଼ାଙ୍କ ଅଭିଯୋଗକ୍ରମେ ପୋଲିସ ଦଫା ୩୦୨/୩୪ରେ ଏକ ହତ୍ୟା ମାମଲା(ନଂ.୭୫/୨୦)ରୁଜୁକରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଜେମାଦେଇପୁର ଗ୍ରାମର ଜଣେ ଯୁବତୀଙ୍କ ସହ ଗଙ୍ଗାଧରଙ୍କ ବନ୍ଧୁତା ରହିଥିଲା। ଶନିବାର ରାତି ପ୍ରାୟ ସାଢ଼େ ୧ଟାରେ ଗଙ୍ଗାଧର ଉକ୍ତ ଯୁବତୀଙ୍କ ଘରକୁ ଯାଇଥିଲେ। ଏହି ସମୟରେ ଯୁବତୀଙ୍କ ତିନି ଭାଇ ଗଙ୍ଗାଧରଙ୍କୁ ଦେଖିବା ସହ ମାଡ଼ ମାରିଥିଲେ। ଏହା ପରେ ଗଙ୍ଗାଧରଙ୍କ ମା’ଙ୍କୁ ଫୋନ କରିବା ସହ ତୁମ ପୁଅକୁ ଏଠାରୁ ନେଇଯାଅ ବୋଲି କହିଥିଲେ। ସୁଲୋଚନା ପହଞ୍ଚି ତାଙ୍କ ପୁଅକୁ ନେଇ ଆସୁଥିବା ବେଳେ ବାଟରୁ ପୁଣି ଉକ୍ତ ତିନି ଭାଇ ଗଙ୍ଗାଧରଙ୍କୁ ଛଡ଼ାଇ ନେଇ ସେଠାରୁ ପଳାଇଥିଲେ। ରବିବାର ସକାଳ ପର୍ଯ୍ୟନ୍ତ ଗଙ୍ଗାଧର ଘରକୁ ନ ଫେରିବାରୁ ସୁଲୋଚନା ଫୋନରେ ପଚାରିଥିଲେ। ତୁମ ପୁଅ କୁସପଙ୍ଗୀର ଏକ ଗଛରେ ଝୁଲୁଛି ବୋଲି ତିନିଭାଇ କହିଥିବା ସୁଲୋଚନା ତାଙ୍କ ଏତଲାରେ ଦର୍ଶାଇଛନ୍ତି। ଅଭିଯୁକ୍ତମାନେ ଫେରାର ଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟତା ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ ଗୟାଧର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri