ଯୁବତୀଙ୍କ ଘର ଜାଳିଦେଲେ ଯୁବକ

ଯାଜପୁର ଅଫିସ,୩ା୩: ଏକାଧିକ ଥର ପ୍ରେମ ନିବେଦନ କରି ବିଫଳ ହେବା ପରେ ଯୁବତୀଙ୍କ ଘରେ ନିଆଁ ଲଗାଇ ଦେଇଛନ୍ତି ଜଣେ ଯୁବକ। ଏହି ଘଟଣା ସମଗ୍ର ଯାଜପୁର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଯୁବତୀଙ୍କ ପରିବାର ପକ୍ଷରୁ ଏନେଇ ରବିବାର ଅଭିଯୋଗ ହେବା ପରେ କୋରେଇ ଥାନାରେ ଏକ ମାମଲା (ନଂ. ୫୧/୨୦୨୦) ରୁଜୁ ହୋଇଥିବା ଥାନାଧିକାରୀ ରଞ୍ଜିତ କୁମାର ମହାନ୍ତି ସୂଚନା ଦେଇଛନ୍ତି । ଅଭିଯୋଗ ଅନୁଯାୟୀ କୋରେଇ ଥାନା ଅର୍ନ୍ତଗତ ରଣେସରପୁର ଗ୍ରାମର ଜଣେ ଯୁବତୀ ଭୁବନେଶ୍ୱରରେ ରହି ଏକ ଘରୋଇ ସଂସ୍ଥାରେ ଚାକିରି କରୁଥିଲେ । ସେଠାରେ କଟକ ଜିଲା ଅଡସପୁର ଅଞ୍ଚଳର ପପୁ ସୁନ୍ଦରାୟ ଯୁବତୀଙ୍କୁ ବାରମ୍ବାର ପ୍ରେମ ନିବେଦନ କରି ଆସୁଥିଲେ। କିନ୍ତୁ ଯୁବତୀ ଜଣଙ୍କ ପପୁଙ୍କ ନିବେଦନ ନ ମାନିବାରୁ ତାଙ୍କୁ ନାନା ହଇରାଣ କରିବା ସହିତ ଜୀବନରୁ ମାରିଦେବାକୁ ଧମକ ଦେଉଥିଲେ। ଏ ବିଷୟରେ ପୂର୍ବରୁ ଯୁବତୀ ଜଣଙ୍କ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରି ଭୁବନେଶ୍ୱର ଛାଡି ଦେଇଥିଲେ। କିନ୍ତୁ ଅଭିଯୁକ୍ତ ପପୁ ଯୁବତୀଙ୍କ ପିଛା ଛାଡି ନ ଥିଲେ। ଏପରିକି ସେ ଯୁବତୀଙ୍କ ଘର ଆସିବାକୁ ପଛାଇ ନ ଥିଲେ। ରବିବାର ପପୁ ରଣେଶପୁର ଗ୍ରାମକୁ ଆସି ଯୁବତୀ ଓ ତାଙ୍କ ମା’ଙ୍କୁ ଧମକ ଦେଇଥିଲେ। ତେବେ ଯୁବତୀଙ୍କର ଅନ୍ୟତ୍ର ବାହାଘର ଠିକ ହୋଇଥିବା ଖବର ପାଇ ରବିବାର ରାତିରେ ସମସ୍ତେ ଶୋଇଥିବାବେଳେ ପପୁ ଯୁବତୀଙ୍କ ଘରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଏଥିରେ ଘରଟି ସମ୍ପୂର୍ଣ୍ଣ ଜଳିଯାଇଥିବାବେଳେ କେହି ମୃତାହତ ହୋଇ ନଥିବା ଜଣାପଡିଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ କାହାରିକୁ ଗିରଫ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri