‘ଯୁବ ସମାଜ ଦେଇ ପାରିବେ ଦିଗ୍‌ଦର୍ଶନ’

ବାସୁଦେବପୁର, ୧୪ା୮(ଡି.ଏନ୍‌.ଏ.)- ଯୁବ ସମାଜ ଉପରେ ଦେଶର ଭବିଷ୍ୟତ ନିର୍ଭର କରେ । ସେମାନେ ନିଜର ଦକ୍ଷତା କାର୍ଯ୍ୟ ବଳରେ ସମାଜକୁ ନୂତନ ଦିଗ୍‌ଦର୍ଶନ ଦେଇ ପାରିବେ ବୋଲି ଭଦ୍ରକ ଜିଲା ବାସୁଦେବପୁରସ୍ଥିତ ତୃପ୍ତି ମହିଳା ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ପାଳିତ ବିଶ୍ୱ ଯୁବ ଦିବସ ସମାରୋହରେ ମତ ବ୍ୟକ୍ତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବାସୁଦେବପୁର ଅଞ୍ଚଳର ୬ଟି ମହାବିଦ୍ୟାଳୟର ଛାତ୍ରୀଛାତ୍ର ଯୋଗଦେଇ ବିଶ୍ୱ ଯୁବ ଦିବସର ଗୁରୁତ୍ୱ ଓ ସମାଜ ଗଠନରେ ଯୁବକଙ୍କ ଭୂମିକା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ୫୫ ଜଣ ଛାତ୍ରୀଛାତ୍ର ପ୍ରତିଯୋଗିତାରେ ଅଂଶଗ୍ରହଣ କରି ବକ୍ତବ୍ୟ ରଖିଥିଲେ।
ପୂର୍ବାହ୍ନରେ ପ୍ରାୟ ୩ ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏକ ଶୋଭାଯାତ୍ରାରେ ନିକଟସ୍ଥ ଗାଁ ଓ ସହର ପରିକ୍ରମା କରିଥିଲେ। ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବରେ ତୃପ୍ତି ମହିଳା ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ସୁରେଶ ଚନ୍ଦ୍ର ମହାନ୍ତି ଯୋଗ ଦେଇ ଯୁବ ସମାଜ ଉପରେ ଦେଶର ଭବିଷ୍ୟତ କିପରି ନିର୍ଭର କରୁଛି, ସେ ନେଇ ବକ୍ତବ୍ୟ ରଖିଥିଲେ। ରେଡ୍‌ରିବନ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କାଉନସିଲର ଶୈଳବାଳା ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ। ତୃପ୍ତି ମହିଳା ମହାବିଦ୍ୟାଳୟ ଡିଗ୍ରୀ ବିଭାଗ ଭାରପ୍ରାପ୍ତ ଅଧ୍ୟକ୍ଷ ପଙ୍କଜିନୀ ଦାଶ ସ୍ବାଗତ ଭାଷଣ ଦେଇଥିଲେ। ତୃପ୍ତି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ସ୍ନିଗ୍ଧା ମହାନ୍ତି ସଭାରେ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ତୃପ୍ତି ମହିଳା ଡିଗ୍ରୀ ମହାବିଦ୍ୟାଳୟ, ତୃପ୍ତି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶହୀଦ ସ୍ମୃତି ଇରମ କନିଷ୍ଠ ମହାବିଦ୍ୟାଳୟ, ବାରାପୁର ଡିଗ୍ରୀ କଲେଜ, ବାରାପୁର କନିଷ୍ଠ କଲେଜ, ନବଘନ ମହାବିଦ୍ୟାଳୟ କରଞ୍ଜଆଡ଼ିଆର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri