Posted inଫୁରସତ

ଯେଉଁଠି ଘରକୁ ଫେରେ ଅଧାଜଳା ମୃତ ଶରୀର

ସାଧାରଣ ଜୀବନ ଯାପନ ଶୈଳୀଠାରୁ ଆଦିବାସୀମାନଙ୍କ ଜୀବନ ଶୈଳୀ ଟିକେ ଅଲଗା। ଆଧୁନିକ ସମାଜରେ ମନୁଷ୍ୟ ଚନ୍ଦ୍ର ପୃଷ୍ଠକୁ ଯାତ୍ରା କରୁଥିବା ସମୟରେ ଏମାନେ କିନ୍ତୁ ସେମାନଙ୍କ ପୂର୍ବ ପରମ୍ପରାକୁ ନେଇ ବଞ୍ଚିବାକୁ ପସନ୍ଦ କରିଥାଆନ୍ତି। ଏମିତିକି ପୂର୍ବଜମାନେ ତିଆରି କରି ଯାଇଥିବା ରୀତିନୀତିକୁ ମଧ୍ୟ ଏମାନେ ଆଜିବି ଅକ୍ଷରେ ଅକ୍ଷରେ ପାଳନ କରିଥାଆନ୍ତି। ଭିନ୍ନ ଭିନ୍ନ ଜନଜାତିର ନିୟମ ଅଲଗା ଅଲଗା ହୋଇଥାଏ। ଏମିତି ଏକ ଜନଜାତି ଅଛନ୍ତି ଯେଉଁମାନଙ୍କର ମୃତଦେହ ସଂସ୍କାର କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। ଏଠାରେ ଲୋକେ ମୃତ ବ୍ୟକ୍ତିର ଶରୀରକୁ ସମାଧି ଦିଅନ୍ତି ନାହିଁ। ଏଠାରେ ମୃତ ଶରୀରକୁ ପୋଡା ଯାଇଥାଏ। ହେଲେ ଏହା ସମ୍ପୂର୍ଣ୍ଣ ପୋଡିବା ପୂର୍ବରୁ ଅଧାଜଳା ଶରୀରକୁ ନିଆଁରୁ ବାହାର କରି ପରିଜନମାନେ ଘରକୁ ନେଇ ଆସନ୍ତି। ଏହାକୁ ମମି କରି ଘରେ ସାଇତି ରଖନ୍ତି। ପପୁଆ ନିଉ ଗିିନିରେ ରହୁଥିବା ଦାନି ନାମକ ଏକ ଜନଜାତି ସେମାନଙ୍କ ପରିଜନଙ୍କ ମୃତ୍ୟୁ ହେଲେ ମୃତ ଶରୀରକୁ ଅଧା ପୋଡା କରି ଘରକୁ ଆଣି ମମି ପରି ବର୍ଷ ବର୍ଷ ଧରି ସାଇତି ରଖନ୍ତି। ତେବେ ପରିବାରର ଉକ୍ତ ବ୍ୟକ୍ତିଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଉଦ୍ଦେଶ୍ୟରେ ଏପରି କରାଯାଏ ବୋଲି କୁହାଯାଏ। ଏପରି ନୀତିନିୟମରେ ପରିବର୍ତ୍ତନ ଆଣିବାକୁ ସେଠାକାର ସରକାର ଚେଷ୍ଟା ଚଳାଇଛନ୍ତି। ତେବେ ବର୍ତ୍ତମାନ କେତେ ଅଞ୍ଚଳରେ ଏପରି ଜନଜାତି ଆଉ ମୃତ ଶରୀରକୁ ଅଧା ପୋଡା କରି ଘରକୁ ଆଣୁ ନାହାନ୍ତି। ହେଲେ ପୂର୍ବରୁ ଘରେ ସାଇତା ହୋଇ ରହିଥିବା ମୃତ ଶରୀରକୁ ଦେଖିବାକୁ ଦୂରଦୂରାନ୍ତରରୁ ଅନେକ ଲୋକ ଏଠାକୁ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?