Posted inଫୁରସତ

ଯେଉଁଠି ପ୍ରତିଘରେ ଜଣେ ମହିଳାଙ୍କର ରହିଛନ୍ତି ଏକାଧିକ ସ୍ବାମୀ

ମହାଭାରତରେ ଦ୍ରୌପଦୀଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଯାହାଙ୍କର ୫ ଜଣ ସ୍ବାମୀ ଥିଲେ। ହେଲେ ରାଜସ୍ଥାନ ଓ ମଧ୍ୟପ୍ରଦେଶ ସୀମାରେ ଥିବା ଏକ ଗାଁ ମୁରୈନାରେ ପ୍ରତି ମହିଳାଙ୍କର ଏକାଧିକ ସ୍ବାମୀ ରହିଥିବା କଥା ଅନେକଙ୍କୁ ଜଣା ନ ଥିବ। ଏମାନେ ଜଣେ ଜଣେ ସ୍ବାମୀଙ୍କ ନିକଟରେ ନିର୍ଦ୍ଦିଷ୍ଟ କିଛି ସମୟ ପର୍ଯ୍ୟନ୍ତ ରହିଥାଆନ୍ତି। ତେବେ ଏହି ପରମ୍ପରା ବେଶୀ ପୁରୁଣା ନୁହେଁ ବୋଲି କୁହାଯାଏ। କିଛି ବର୍ଷ ପୂର୍ବେ ଗାଁଲୋକେ ଏହି ପରମ୍ପରାକୁ ପ୍ରଚଳନ କରିଛନ୍ତି। ଏହି ଗାଁରେ ଝିଅଙ୍କ ସଂଖ୍ୟା ଖୁବ୍‌ କମ୍‌। ତେଣୁ ପଞ୍ଚାୟତର ନିଷ୍ପତ୍ତି କ୍ରମେ ଯେଉଁ ଘରେ ଗୋଟିଏରୁ ଅଧିକ ପୁଅ ରହିଛନ୍ତି ସେମାନେ ଗୋଟିଏ ଝିଅକୁ ବିବାହ କରିବେ ଓ ସେହି ଝିଅ ଉପରେ ସମସ୍ତଙ୍କର ସମାନ ଅଧିକାର ରହିବ। ଜଣେ ଜଣେ ଯୁବତୀ ଏଠି ୮ ଜଣ ସ୍ବାମୀ ମଧ୍ୟ ଗ୍ରହଣ କରିଥିବା କୁହାଯାଏ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଠାକାର ଝିଅ ଅବା ପୁଅ ଅନ୍ୟ ଗାଁରେ ବିବାହ ନ କରୁଥିବାରୁ ଏଭଳି ସମସ୍ୟା ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri