ଯେଉଁ ମନ୍ଦିରରେ ଚଢାଯାଏ ହାତକଡ଼ି

ଏ କଥା ସମସ୍ତଙ୍କୁ ଜଣା ଯେ, ଭଗବାନଙ୍କ ଦୁଆରକୁ ଭକ୍ତ ନିଜ ମନସ୍କାମନା ପୂର୍ଣ୍ଣ ଲାଗି ପ୍ରାର୍ଥନା କରିବାକୁ ଆସିଥାଏ। ତାହା ପୂର୍ଣ୍ଣ ହେଲେ ନିଜ ଇଚ୍ଛାନୁସାରେ ଭେଟି ଚଢ଼ାଇଥାଏ। କିନ୍ତୁ ଏ ଖବର ଆପଣଙ୍କୁ ଆଶ୍ଚର୍ଯ୍ୟରେ ପକାଇପାରେ। କାରଣ ଏହା ସାଧାରଣ ମଣିଷଙ୍କ ପାଇଁ ନୁହେଁ ବରଂ ଜେଲ୍‌ରେ ବନ୍ଦୀଥିବା କଏଦୀଙ୍କ ସହ ଜଡ଼ିତ। ମଧ୍ୟପ୍ରଦେଶର ନୀମଚ ଜିଲା ମୁଖ୍ୟାଳୟଠାରୁ ୩୦ କିମି ଦୂରରେ ଅବସ୍ଥିତ ଖାଖର୍‌ ଦେବ ମନ୍ଦିର ନିଜର ନିଆରା ଶ୍ରଦ୍ଧା ପାଇଁ ପ୍ରସିଦ୍ଧ। ଏଠାରେ ସାଧାରଣ ଭକ୍ତଙ୍କ ବ୍ୟତୀତ ଅପରାଧୀ ଏବଂ କଏଦୀ ମଧ୍ୟ ପୂଜା କରିବାକୁ ଆସିଥାନ୍ତି। କୁହାଯାଏ, ଅପରାଧୀ ଜେଲ୍‌ରୁ ମୁକୁଳିବାକୁ ଏହି ମନ୍ଦିରକୁ ପ୍ରାର୍ଥନା କରିବାକୁ ଆସିଥାନ୍ତି। ସବୁଠୁ ବଡ଼ ଆଶ୍ଚର୍ଯ୍ୟର କଥା, ଏଠାକୁ ଅନେକ କଏଦୀ ଜେଲ୍‌ରୁ ଫେରାର୍‌ ହେବାକୁ ମଧ୍ୟ ପ୍ରାର୍ଥନା କରିବାକୁ ଆସନ୍ତି। ମନସ୍କାମନା ପୂର୍ଣ୍ଣ ହେଲେ ହାତକଡ଼ି ଚଢ଼ାଇଥାନ୍ତି ମନ୍ଦିରରେ। ତେଣୁ ଏହାକୁ ଅନେକ ହାତକଡ଼ି ମନ୍ଦିର ବୋଲି ମଧ୍ୟ କହନ୍ତି। ଗତ ୫୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ମନ୍ଦିରରେ ହାତକଡ଼ି ଚଢ଼ାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?