ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତି ହୋଇପାରନ୍ତି କରୋନା ସଂକ୍ରମିତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଏଭଳି ଏକ ରୋଗ ଯାହାକି ଧର୍ମ, ଜାତି, ଧନି, ଗରିବ,ବର୍ଣ୍ଣ ନିର୍ବିଶେଷରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହା ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତିଙ୍କୁ ସଂକ୍ରମିତ କରିପାରେ। କାନାଡ଼ାର ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀଙ୍କଠାରୁ ଆରମ୍ଭ କରି ପ୍ରିନ୍ସ ଚାଲ୍ସ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏଣୁ ଆମେ ରୋଗୀର ନୁହେଁ ରୋଗର ମୁକାବିଲା କରିବାକୁ ପଡ଼ିବ। ବିଶେଷକରି ଆକ୍ରାନ୍ତ ବ୍ୟକ୍ତିଙ୍କୁ ନିନ୍ଦା କରିବା ଉଚିତ ନୁହେଁ। ତାଙ୍କ ପରିବାରକୁ ଅମାନୁଷିକ ବ୍ୟବହାର ପ୍ରଦର୍ଶନ ଠିକ୍‌ ନାହିଁ। ଆକ୍ରାନ୍ତ ବ୍ୟକ୍ତି କିମ୍ବା ତାର ପରିବାରକୁ ନିନ୍ଦା, ଲାଞ୍ଝନ ଲଗାଇଲେ ସିଧାସଳଖ ପ୍ରଭାବ ଆମ ଉପରକୁ ଆସିବ। ସନ୍ଦିଗ୍ଧ ବ୍ୟକ୍ତି ଲକ୍ଷଣ ଲୁଚାଇଲେ ସୁପର ସ୍ପ୍ରେଡର ହେବେ। ଅନ୍ୟମାନଙ୍କୁ ସଂକ୍ରମିତ ଏବଂ ତାଙ୍କ ପରିବାରକୁ ସାହାର୍ଯ୍ୟ ଓ ସମବେଦନା ଜଣାଇବାକୁ ପଡ଼ିବ ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri