Posted inଜାତୀୟ

ଯୋଗୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବାଧ୍ୟରେ ୨୨ ପୋଲିସ ନେଲେ ଅବସର

ଭୋପାଳ,୯।୭: ଭ୍ରଷ୍ଟାଚାର ଓ ଅଳସୁଆ କର୍ମଚାରୀଙ୍କ ବିରୋଧରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହି କ୍ରମରେ ବାରାଣସୀରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ୨୨ ପୋଲିସ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏମାନଙ୍କ ନାଁରେ ଭ୍ରଷ୍ଟାଚାର, ଅସଦାଚରଣ ଓ ବିଶୃଙ୍ଖଳିତ ନେଇ ମାମଲା ରୁଜୁ ହୋଇଛି। କିଛି ଦିନ ତଳେ ଗୃହ ବିଭାଗର ସମୀକ୍ଷା ସମୟରେ ଯୋଗୀ ଆଦିତ୍ୟନାଥ ଭ୍ରଷ୍ଟାଚାର ଓ ଅଳସୁଆ ଅଫିସରଙ୍କୁ ନିଲମ୍ବିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଯେଉଁମାନେ ଆଇନ ବ୍ୟବସ୍ଥା ପ୍ରତି ନିଷ୍ଠାପର ନୁହଁନ୍ତି ସେହିପରି ଅଫିସର ଓ କର୍ମଚାରୀଙ୍କ ଆବଶ୍ୟକତା ନାହିଁ ବୋଲି ଯୋଗୀ କହିଥିଲେ। ଏହାପରେ ସରକାରୀ କର୍ମଚାରୀଙ୍କ ଭିତରେ କୋକୁଆଭୟ ଖେଳିଯାଇଥିଲା। ଅପରାଧୀଙ୍କ ସହ ଯେଉଁ ପୋଲିସ କର୍ମଚାରୀଙ୍କ ସହଭାଗିତା ରହିଛି ସେମାନଙ୍କୁ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାରଣ ପୋଲିସ ପୋଷାକ ନାଁରେ କଳଙ୍କ ଲଗାଇଥିବା ବ୍ୟକ୍ତିଙ୍କର ବିଭାଗରେ ସ୍ଥାନ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri