ଯୋଡ଼ାରେ କାଳବୈଶାଖୀ: ଉପୁଡିଲା ଗଛ, ଭାଙ୍ଗିଲା ଛପର ଘର

ଯୋଡ଼ା, ୪।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁତ ବେଗରେ ପବନ ଆରମ୍ଭ ହୋଇଥିଲା। ମାତ୍ର ୧୫ମିନିଟ୍‌ରେ ଯୋଡା ସହରରେ ତାଣ୍ଡବ ରଚିଥିଲା। କାଳବୈଶାଖୀ ଯୋଗୁ ସହରରେ ଥିବା ବହୁ ପୁରାତନ ଗଛ ଉପୁଡିଯିବା ସହ ବହୁ ସ୍ଥାନରେ ଘର ଛପର ଉଡିଯାଇଥିଲା। ଏଥିସହ ଯୋଡା ସହରର ଷ୍ଟେଟ୍‌ ବ୍ୟାଙ୍କ ନିକଟରେ ଅବସ୍ଥିତ ହନୁମାନ ମନ୍ଦିରର ବେଢାରେ ଥିବା ବହୁ ପୁରାତନ ବିଶାଳକାୟ ଅଶ୍ୱତ୍‌ଥ ଗଛଟି ଉପୁଡି ପଡିବାରୁ ମନ୍ଦିର ପଛପାର୍ଶ୍ୱ ଭାଙ୍ଗିଯାଇଥିବା ବେଳେ ନିକଟରେ ଥିବା ଏକ ମାର୍କେଟ କମ୍ପ୍ଲେକ୍ସର ସିଡି ଘର ଭାଙ୍ଗିଯାଇଛି। ସେହିପରି ଏହି ଗଛ ତଳେ ବାଇକ୍‌ ଚାପି ହୋଇରହିଛି ଏବଂ ବିଦ୍ୟୁତ ଖୁଣ୍ଟି ଉପୁଡ଼ି ପଡିଛି। ଫଳରେ ସହରରେ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ଠପ୍‌ ହୋଇପଡିଛି। ଗଛଟି ଉପୁଡି ପଡିବାରୁ ରଣାଶାଳ-ବାମେବାରୀ ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri