ଯୋଡ଼ାରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଜିଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆରସି

ଭୁବନେଶ୍ୱର,୨୪।୮(ବ୍ୟୁରୋ): କେନ୍ଦୁଝର ଜିଲା ଯୋଡ଼ା ସହରରେ ଜୁନ୍‌ ୨୪ ରାତିରେ ଜଣେ ନାବାଳିକାଙ୍କୁ ଗଣବଳତ୍କାର କରାଯାଇଥିଲା। ଏହି ଘଟଣାକୁ ନେଇ ସାରା ରାଜ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ପୋଲିସ ମାମଲାକୁ ଗୁରୁତର ସହ ନେଇ ତଦନ୍ତ କରିଥିଲା। ଏହା ସହ ନାବାଳିକାଙ୍କ ପୁରୁଷ ବନ୍ଧୁ ସମେତ ଅନ୍ୟ ୫ ଜଣଙ୍କୁ ଗିରଫ କରିଥିଲା। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଫାଇଲ୍‌ ନଂ. ୨୫୬୧/୧୯ରେ ଏକ ମାମଲା ପଞ୍ଜୀକୃତ କରାଯାଇଥିଲା। ଏହି ଘଟଣାରେ ଶୁକ୍ରବାର ଏନ୍‌ଏଚ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କେନ୍ଦୁଝର ଜିଲାପାଳ ଓ ଏସ୍‌ପିଙ୍କୁ ରିପୋର୍ଟ ତଲବ କରାଯାଇଛି। ଏହି ଘଟଣାରେ କେଉଁଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ପୀଡିତାଙ୍କୁ କ୍ଷତିପୂରଣ ଦିଆଯାଇଛି କି ନାହିଁ ସେନେଇ ୩୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ତାଙ୍କ ପିଟିଶନ୍‌ରେ ଅଭିଯୋଗ କରିଥିଲେ କି, ପୀଡିତାଙ୍କୁ ୪ ସପ୍ତାହ ମଧ୍ୟରେ ୧୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୁଢ କାର୍ଯ୍ୟାନୁଷ୍ଠାନ ନେବାକୁ କମିଶନଙ୍କୁ ନିବେଦନ କରିଥିଲେ।
ସୂଚନାଯୋଗ୍ୟ, ନାବାଳିକା ସ୍ଥାନୀୟ ଲକ୍ଷ୍ମୀପଡିଆରେ ରାସ୍ତାକଡରେ ଛିଡା ହୋଇ ତାଙ୍କର ଜଣେ ପୁରୁଷ ବନ୍ଧୁଙ୍କ ସହ କଥା ହେଉଥିଲେ। ୬ ଜଣ ଯୁବକ ସେମାନଙ୍କୁ ପ୍ରେମୀ ଯୁଗଳ ବୋଲି ସନ୍ଦେହ କରି ପୁରୁଷ ବନ୍ଧୁଙ୍କୁ ଏକ ଗଛରେ ବାନ୍ଧି ପଚରାଉଚରା କରିବା ସହ ମାଡ ମାରିଥିଲେ। ପରେ ପରିବାର ଲୋକଙ୍କୁ ଡାକି ଆଣିବାକୁ କହି ବିଦା କରିଦେଇଥିଲେ। ପୁରୁଷ ବନ୍ଧୁ ଜଣକ ନାବାଳିକା ମାମୁଙ୍କୁ ଡାକିବାକୁ ଯାଇ ଫେରି ନ ଥିଲେ। ଶେଷରେ ଅଭିଯୁକ୍ତମାନେ ନାବାଳିକାଙ୍କୁ ଲକ୍ଷ୍ମୀପଡିଆ ନିକଟସ୍ଥ ଏକ ନିଛାଟିଆ ସ୍ଥାନକୁ ଟେକି ନେଇ ଗଣବଳାତ୍କାର କରିଥିଲେ। ନାବାଳିକା ଚେତା ହରାଇବା ପରେ ଅଭିଯୁକ୍ତମାନେ ତାଙ୍କୁ ସେଠାରେ ଛାଡି ଫେରାର ହୋଇ ଯାଇଥିଲେ। ନାବାଳିକାଙ୍କ ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କୁ ପାଇ ନ ଥିଲେ। ବିଳମ୍ବିତ ରାତିରେ ଲୋକେ ପଡିଆର ଏକ ନିଛାଟିଆ ସ୍ଥାନରେ ନାବାଳିକାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା। ତଦନ୍ତ ପରେ ଜଣାପଡିଥିଲା ଯେ, ଏହି ଗଣବଳାକତ୍ାର ପଛରେ ନାବାଳିକାଙ୍କ ପୁରୁଷ ବନ୍ଧୁ ହିଁ ମାଷ୍ଟରମାଇଣ୍ଡ। ନାବାଳିକାଙ୍କ ପୁରୁଷ ବନ୍ଧୁ ପୋଲିସ ଆଗରେ ଯେଉଁ ମିଛ ବୟାନ ଦେଇଥିଲେ ତାହା ପ୍ରଘଟ ହୋଇଛି। ପୁରୁଷ ବନ୍ଧୁଙ୍କ ସମେତ ୬ଜଣଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri