ଯୋଡ଼ା ଖଣି ଅଞ୍ଚଳରେ ଛଟ୍‌ ପର୍ବ ପାଳନ

ଯୋଡ଼ା, ୩।୧୧(ଡି.ଏନ୍‌.ଏ.): ସୂର୍ଯ୍ୟ ଉପାସନାର ପର୍ବ ଛଟ୍‌ ପୂଜା ଅବସରରେ କେନ୍ଦୁଝର ଯୋଡା ଖଣି ଅଞ୍ଚଳର ବିଭିନ୍ନ ସ୍ଥାନରେ ଏହି ପର୍ବ ପାଳନ କରାଯାଉଥିବା ଦେଖିବାକୁ ମିଳିଛି । ଏହି ପୂଜାର ତିନି ଦିନ ପୂର୍ବରୁ ପ୍ରଥମ ଦିନରେ ଶ୍ରଦ୍ଧାଳୁମାନେ ସ୍ନାନ କରି ଏକ ଓଳି ସାତ୍ତ୍ୱିକ ଖାଦ୍ୟ ଖାଇ ଉପବାସ ଆରମ୍ଭ କରିଥାନ୍ତି । ଦ୍ୱିତୀୟ ଓ ତୃତୀୟ ଦିନରେ ଉପବାସ ରଖିବା ପରେ ପୂଜା ଶେଷରେ ଉପବାସ ବ୍ରତ ଭଙ୍ଗ କରିଥାନ୍ତି । ଏହି ତିନିଦିନରେ ପ୍ରାତଃ ସୂର୍ଯ୍ୟୋଦୟ ସମୟରେ ଜଳରେ ସ୍ନାନ ପୂର୍ବକ ବୁଡ ଦେଇ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ଅର୍ପଣ କରିଥାନ୍ତି । ସେହିପରି ସୂର୍ଯ୍ୟାସ୍ତ ସମୟରେ ସ୍ନାନ ପୂର୍ବକ ବୁଡ ଦେଇ ସୂର୍ଯ୍ୟଦେବତାଙ୍କୁ ଅର୍ଘ୍ୟ ଅର୍ପଣ କରିଥାନ୍ତି । ଏହି ପୂଜାରେ ଆଖୁ, ପଇଡ, କଦଳୀ, ସେଓ ଆଦି ବିଭିନ୍ନ ପ୍ରକାରର ଫଳ ଭୋଗ ଲଗାଯାଇଥାଏ।ଏହି ପର୍ବ ଯୋଡା ସହର ସମେତ ଜୁରୁଡି, ବାମେବାରୀ ଅଞ୍ଚଳରେ ପାଳନ କରୁଥିବା ଦେଖିବାକୁ ମିଳିଛି । ନଦୀ କୂଳରେ ବିଭିନ୍ନ ତୋରଣ ଓ ଆଲୋକ ମାଳାରେ ସାଜସଜ୍ଜା କରି ଶ୍ରଦ୍ଧାଳୁମାନେ ଏହି ପର୍ବ ମହାଆଡମ୍ବରରେ ପାଳନ କରିଥିବା ଜୁରୁଡି ଅଞ୍ଚଳର ଶିବନାରାୟଣ ପ୍ରସାଦ, ମଞ୍ଜିତ ଗୁପ୍ତା, ନନ୍ଦଲାଲ ଗୁପ୍ତା ଓ ଯୋଡା ଅଞ୍ଚଳର ଜିତୁ ଜୟସ୍ବାଲ, ମାନସ ଠାକୁର, ଚନ୍ଦନ ଗୁପ୍ତା, ପିଣ୍ଟୁ ସିଂ ପ୍ରମୁଖ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri