Posted inଜାତୀୟ

ଯୌନ ନିର୍ଯାତନା ମାମଲା: ମେଜର ଜେନେରାଲ ବହିଷ୍କୃତ

ନୂଆଦିଲ୍ଲୀ,୧୭ା୮ (ପି.ଟି.): ଯୌନ ନିର୍ଯାତନା ଅଭିଯୋଗ ମାମଲାରେ ସମ୍ପୃକ୍ତ ଜଣେ ମେଜର ଜେନେରାଲଙ୍କୁ ସେନା ବହିଷ୍କାର କରିଛି। କୋର୍ଟ ମାର୍ଶାଲ ବେଳେ ସେ ଦୋଷୀସାବ୍ୟସ୍ତ ହେବାରୁ ତାଙ୍କୁ ବହିଷ୍କାର କରିବା ପ୍ରସ୍ତାବକୁ ସେନାଧ୍ୟକ୍ଷ ଜେନେରାଲ ବିପିନ ରାଓ୍ବତ୍‌ ଅନୁମୋଦନ କରିଥିଲେ। କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଉକ୍ତ ମେଜର ଜେନେରାଲଙ୍କୁ ଜଣାଇଦିଆଯାଇଛି। ଦୁଇବର୍ଷ ତଳର ଏହି ମାମଲାରେ ଆର୍ମି ଜେନେରାଲ କୋର୍ଟ ମାର୍ଶାଲରେ ଉକ୍ତ ଅଧିକାରୀଙ୍କୁ ବହିଷ୍କାର କରିବା ପାଇଁ ଗତବର୍ଷ ଡିସେମ୍ବର ୨୩ରେ ସୁପାରିସ କରାଯାଇଥିଲା। ତେବେ କୋର୍ଟ ମାର୍ଶାଲ ବିଚାରର ନକଲ ମେଜର ଜେନେରାଲଙ୍କୁ ଦିଆଯାଇ ନ ଥିବାରୁ ବହିଷ୍କାର କରାଯିବା ବେଆଇନ ବୋଲି ତାଙ୍କ ଓକିଲ ଆନନ୍ଦ କୁମାର କହିଛନ୍ତି। ମେଜର ଜେନେରାଲ ଜଣକ ନାଗାଲାଣ୍ଡରେ ନିଯୁକ୍ତ ହୋଇଥିବାବେଳେ ୨୦୧୬ରେ କ୍ୟାପ୍‌ଟେନ ପାହ୍ୟାର ଜଣେ ମହିଳା ଅଧିକାରୀ ତାଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri