ରକ୍ତଚାଉଳ ଚୋବାଉଛି ପାକିସ୍ତାନ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ସମ୍ବିଧାନର ଅନୁଚ୍ଛେଦକୁ ୩୭୦ ହଟାଇ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ ଛାନିଆ ହୋଇଯାଇଥିବା ପାକିସ୍ତାନ ଅନ୍ତର୍ଜାତୀୟ ସମୁଦାୟର ଦ୍ୱାରସ୍ଥ ହୋଇଥିଲା। ହେଲେ ଚାରିଆଡ଼ୁ ନିରାଶ ହେବା ପରେ ଏବେ ଭାରତ ବିରୋଧରେ ରକ୍ତଚାଉଳ ଚୋବାଇବାରେ ଲାଗିଛି ପଡ଼ୋଶୀ ଦେଶ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ପୂର୍ବରୁ ପୁଲଓ୍ବାମା ଭଳି ଆକ୍ରମଣର ଧମକ ଦେଇ ଓ ଯୁଦ୍ଧଭୟ ଦେଖାଇଥିବାବେଳେ ରବିବାର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ହିଟ୍‌ଲରଙ୍କ ନାଜି ସହ ତୁଳନା କରିଛନ୍ତି। ଏହାସହ ଜମ୍ମୁ-କଶ୍ମୀରରେ ଗଣହତ୍ୟାର ଆଶଙ୍କା ବ୍ୟକ୍ତ କରି ନିଜ ନୈରାଶ୍ୟଭାବକୁ ପ୍ରକଟ କରିଛନ୍ତି।
ପାକିସ୍ତାନ ମୁଖିଆ ଇମ୍ରାନ୍‌ ଖାନ୍‌ ରବିବାର କହିଛନ୍ତି, ଭାରତ କଶ୍ମୀରରେ ସମ୍ପ୍ରଦାୟ ଅଧାରରେ ଜନସଂଖ୍ୟାରେ ପରିବର୍ତ୍ତନ ପାଇଁ ଉଦ୍ୟମ କରୁଛି। ନାଜି ଆର୍ଯ୍ୟ ସହ ତୁଳନୀୟ ହିନ୍ଦୁତ୍ୱ ବିଚାରଧାରାର ଆର୍‌ଏସ୍‌ଏସ୍‌ କଶ୍ମୀରରେ ଆଧିପତ୍ୟ ବିସ୍ତାର କରୁଛି। ଏହାର ଚିନ୍ତାଧାରା ନାଜି ବିଚାରଧାରା ଦ୍ୱାରା ଅନୁପ୍ରାଣିତ। ସଂଘର କାର୍ଯ୍ୟ ଭାରତରେ ମୁସଲମାନଙ୍କୁ ଦମନ କରିବା ପାଇଁ ଉଦ୍ଦିଷ୍ଟ। ଏହା ଆଗକୁ ପାକିସ୍ତାନକୁ ଟାର୍ଗେଟ କରିବ। ଏଥିସହ କଶ୍ମୀରରେ ଏବେ କର୍ଫ୍ୟୁ ଓ କଟକଣା ଜାରି ହୋଇଥିବବେଳେ ଆଗକୁ ଗଣହତ୍ୟା କରାଯାଇପାରେ ବୋଲି ଇମ୍ରାନ୍‌ ଟୁଇଟ୍‌ କରିଛନ୍ତି। ମ୍ୟୁନିକ୍‌ରେ ଜର୍ମାନୀର ଏକଚ୍ଛତ୍ରବାଦୀ ଶାସକ ହିଟ୍‌ଲରଙ୍କ ଦମନଲୀଳା ଭଳି ବିଶ୍ୱ ସମୁଦାୟ ମୋଦି ଏବଂ ଆର୍‌ଏସ୍‌ଏସ୍‌ର କାର୍ଯ୍ୟକୁ ଦେଖି ନୀରବ ରହିବ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେହିପରି କଶ୍ମୀର ପ୍ରସଙ୍ଗରେ କୌଣସି ଦେଶରୁ ସହଯୋଗ ନ ମିଳିବା ପରେ ସେ ଇରାନର ସମର୍ଥନ ଯୋଗାଡ଼ ପାଇଁ ଉଦ୍ୟମ କରିଛନ୍ତି। ଇମ୍ରାନ୍‌ ଇରାନ ରାଷ୍ଟ୍ରପତି ହାସନ୍‌ ରୌହାନିଙ୍କୁ ଫୋନ୍‌ କରି କଶ୍ମୀର ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ଉପତ୍ୟକାରେ ଭାରତର ପଦକ୍ଷେପ ଜାତିସଂଘ ସୁରକ୍ଷା ପରିଷଦ ସଂକଳ୍ପନାମା ବିରୋଧୀ ବୋଲି ସେ ଅଭିହିତ କରିଥିବା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହା ପୂର୍ବରୁ ଇମ୍ରାନ୍‌ ବ୍ରିଟେନ, ଆମେରିକା, ତୁର୍କୀ, ବାହାରିନ୍‌, ୟୁଏଇ, ଚାଇନା ଏବଂ ଜାତିସଂଘକୁ ଗୁହାରି କରିଥିଲେ ହେଁ କଶ୍ମୀର ବ୍ୟାପାରରେ ମୁଣ୍ଡ ଖେଳାଇବା ପାଇଁ ସମସ୍ତେ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri