ରକ୍ତଦାନ କରି ମଧୁବାବୁଙ୍କୁ ସମ୍ମାନ ଜଣାଇଲେ ଓକିଲ

ସୁନ୍ଦରଗଡ, ୨୯।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଓକିଲସଂଘ ତରଫରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୨ତମ ଜୟନ୍ତୀ ଓ ଆଇନଜୀବୀ ଦିବସ ସାମାଜିକ ଦୂରତ୍ୱ ବଜାୟ ରଖି ନିରାଡମ୍ବର ଭାବେ ପାଳିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମଧୁବାବୁଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା। ଏହି ଅବସରରେ ରକ୍ତ ଭଣ୍ଡାରରେ ରକ୍ତର ଆବଶ୍ୟକତା ପୂରଣ କରିବା ଓ ମଧୁ ବାବୁଙ୍କ ସମ୍ମାନାର୍ଥେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ସଂଘ ସମ୍ପାଦକ ଅଶୋକ କୁମାର ସ୍ବାଇଁଙ୍କ ତତ୍ୱାବଧାନରେ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଥିବା ରକ୍ତ ଭଣ୍ଡାରରେ ଏହି ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଏହି ଶିବିରରେ ମୋଟ ୨୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ସଂଘର ଉପସଭାପତି ସୁରେନ୍ଦ୍ର ନାରାୟଣ ନାଏକ, ବରିଷ୍ଠ ଆଇନଜୀବୀ ନିମାଇଁ ଚରଣ ନାଏକ, ଅଶୋକ କୁମାର ଦାଶ, ପ୍ରସନ୍ନ ବେହେରା, କିଶୋର ନାଏକ, ଧର୍ମେଶ କୁମାର ପଟେଲ, ନରେଶ କୁମାର ନାଏକ, ସ୍ବରାଜ ପଟେଲ, ଅଲିଭା ମହାପାତ୍ର, ପ୍ରତିମା ମିଶ୍ର, ନୀରଜ ସାମନ୍ତରା, ଉମାଶଙ୍କର ପଟେଲ, ନମିତା ନାଏକ, ସୁକାନ୍ତ ମହାପାତ୍ର ,ସତ୍ୟଜିତ୍‌ ପଣ୍ଡା,ପ୍ରଦୀପ କୁମାର ମହାପାତ୍ର, ନିହାର ନନ୍ଦୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri