ରକ୍ତଦାନ କରି ମଧୁବାବୁଙ୍କୁ ସମ୍ମାନ ଜଣାଇଲେ ଓକିଲ

ସୁନ୍ଦରଗଡ, ୨୯।୪ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଓକିଲସଂଘ ତରଫରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୨ତମ ଜୟନ୍ତୀ ଓ ଆଇନଜୀବୀ ଦିବସ ସାମାଜିକ ଦୂରତ୍ୱ ବଜାୟ ରଖି ନିରାଡମ୍ବର ଭାବେ ପାଳିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ଦୁଷ୍ମନ୍ତ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମଧୁବାବୁଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା। ଏହି ଅବସରରେ ରକ୍ତ ଭଣ୍ଡାରରେ ରକ୍ତର ଆବଶ୍ୟକତା ପୂରଣ କରିବା ଓ ମଧୁ ବାବୁଙ୍କ ସମ୍ମାନାର୍ଥେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ସଂଘ ସମ୍ପାଦକ ଅଶୋକ କୁମାର ସ୍ବାଇଁଙ୍କ ତତ୍ୱାବଧାନରେ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଥିବା ରକ୍ତ ଭଣ୍ଡାରରେ ଏହି ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଏହି ଶିବିରରେ ମୋଟ ୨୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ସଂଘର ଉପସଭାପତି ସୁରେନ୍ଦ୍ର ନାରାୟଣ ନାଏକ, ବରିଷ୍ଠ ଆଇନଜୀବୀ ନିମାଇଁ ଚରଣ ନାଏକ, ଅଶୋକ କୁମାର ଦାଶ, ପ୍ରସନ୍ନ ବେହେରା, କିଶୋର ନାଏକ, ଧର୍ମେଶ କୁମାର ପଟେଲ, ନରେଶ କୁମାର ନାଏକ, ସ୍ବରାଜ ପଟେଲ, ଅଲିଭା ମହାପାତ୍ର, ପ୍ରତିମା ମିଶ୍ର, ନୀରଜ ସାମନ୍ତରା, ଉମାଶଙ୍କର ପଟେଲ, ନମିତା ନାଏକ, ସୁକାନ୍ତ ମହାପାତ୍ର ,ସତ୍ୟଜିତ୍‌ ପଣ୍ଡା,ପ୍ରଦୀପ କୁମାର ମହାପାତ୍ର, ନିହାର ନନ୍ଦୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri