ରକ୍ତଭଣ୍ଡାରର ଆବଶ୍ୟକତା ପୂରଣ କରିବାକୁ ୩୫ ୟୁନିଟ ରକ୍ତ ସହାୟକ ହେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍‌ ଡାଉନ କରାଯାଇଛି । ଏହା ଦ୍ୱାରା ରକ୍ତ ଭଣ୍ଡାର ଗୁଡିକରେ ରକ୍ତ ମଧ୍ୟ ଗଚ୍ଛିତ ନାହିଁ । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଜିଲା ଭାଜପା କାର୍ଯ୍ୟାଳୟରେ ରକ୍ତଦାନ ଶିବିରକୁ ରେଙ୍ଗାଲି ବିଧାୟକ ନାଉରୀ ନାୟକ, ଜିଲା ଭାଜପା ସଭାପତି ଗିରିଶ ପଟେଲ, ରାଜ୍ୟ ପ୍ରବକ୍ତା ଗୋବିନ୍ଦ ଅଗ୍ରୱାଲ, ଧନକଉଡା ବ୍ଲକ ଉପାଧ୍ୟକ୍ଷା ସୁଷମା ସାହୁ ଯୋଗଦେଇ ରକ୍ତ ଭଣ୍ଡାରରୁ ଆସିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ କୋଭିଡ- ୧୯ ଯୋଦ୍ଧା ଭାବେ ସମ୍ମାନୀତ କରାଯାଇଥିଲା । ସାମାଜିକ ଦୂରତ୍ୱ ରକ୍ଷା କରି ଶିବିରରେ ୩୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ଅଶ୍ୱିନୀ ମାଝୀଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ହୋଇଥିଲା । ଶିବ କୁମାର ଅଗ୍ରୱାଲ, ମାନସରଞ୍ଜନ ବକ୍ସି, ଫଣିଭୂଷଣ ମିଶ୍ର, ସରୋଜ ଘଡେଇ, ଗିରିଜା ସାହୁ, ସୁଜାତା ଗୁରୁ, କାନ୍ତି ମେହେର, ଶିବ ଦିୱାନ, ସୌମିତ୍ର ଜତି ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri