ରକ୍ତ ନମୁନା ସଂଗ୍ରହ, ଔଷଧ ବଣ୍ଟନ

ଭୁବନ, ୨୮ା୫(ଡି.ଏନ୍‌.ଏ.)ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ଓ୍ବାର୍ଡରେ ଜଣ୍ଡିସ ରୋଗ ବ୍ୟାପୁଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଏହାର ନିୟନ୍ତ୍ରଣ ପାଇଁ ଜିଲା ସ୍ବାସ୍ଥ୍ୟ, ଜନସ୍ବାସ୍ଥ୍ୟ ଓ ପରିମଳ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସୋମବାର ଏଡିଏମ୍‌ଓ ଡା. ଜ୍ୟୋତିଷ କୁମାର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଭୁବନ ଡାକ୍ତରଖାନାର ମୁଖ୍ୟ ଚିକିତ୍ସକ ଡା ରମେଶ ଚନ୍ଦ୍ର ସାହୁ, ମଠକରଗୋଳା ଡାକ୍ତରଖାନାର ମୁଖ୍ୟ ଚିକିତ୍ସକ ଡା. ଭାଗବତ ମାଝି ଓ ଜିଲାର ବରିଷ୍ଠ ଟେକ୍ନିସିଆନମାନେ ଆକ୍ରାନ୍ତଙ୍କ ଘରକୁ ଯାଇ ରକ୍ତ ନମୁନା ସଂଗ୍ରହ କରିଥିଲେ। ଏଥିସହ ସମସ୍ତ ଜଣ୍ଡିସ ରୋଗୀଙ୍କୁ ମାଗଣାରେ ଔଷଧ ବଣ୍ଟନ କରାଯାଇଥିଲା। ପରେ ଭୁବନ ଜନସ୍ବାସ୍ଥ୍ୟ ବିଭାଗ କନିଷ୍ଠ ଯନ୍ତ୍ରୀ ସୋନାଲି ନାଏକ ଓ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳଙ୍କ ସହ ପାନୀୟ ଜଳ ଏବଂ ପରିମଳ ବ୍ୟବସ୍ଥାରେ ଥିବା ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଏନ୍‌ଏସି ମଧ୍ୟରେ ଜନସାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ବିଛାଯାଇଥିବା ପାଇପ୍‌ ଲାଇନକୁ ତଦାରଖ କରି ମରାମତି କାର୍ଯ୍ୟ ଯଥାଶୀଘ୍ର ସାରିବା ପାଇଁ ସ୍ଥିର କରାଯାଇଛି। ଏଥିସହ ଏନ୍‌ଏସି କର୍ତ୍ତୃପକ୍ଷ ସମସ୍ତ ଡ୍ରେନ ସଫା କରିବା ସହ ଖୋଲା କୂଅରେ ବ୍ଲିଚିଂ ପକାଇ ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଆଲୋଚନା କରିଥିଲେ। ଅପରାହ୍ନରେ ଏନ୍‌ଏସିର ୧୦ ନମ୍ବର ଓ୍ବାର୍ଡରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଜଣ୍ଡିସର ନିରାକରଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ସମସ୍ତ ଲୋକଙ୍କୁ ସିଝା ତଥା ବିଶୁଦ୍ଧ ପାଣି ପିଇବାକୁ ପରାମର୍ଶ ଦିଆଯାଇଥିଲା। ଏଥିସହିତ ବାହାର ଖାଦ୍ୟ ବର୍ଜନ କରିବାକୁ ସଚେତନ କରାଯାଇଥିଲା। ଏନଏସିର ୪ ନମ୍ବର ଓ୍ବାର୍ଡର ସୁଦର୍ଶନ ସେଠୀ, ବିଶ୍ୱଜିତ ଦାସ, ୧୦ ନଂ. ଓ୍ବାର୍ଡର ସୋନାଲି ସତପଦ୍ମା ସାହୁ, ଶୁଭ୍ରାଂଶୁ ବେହେରା, ଜୟନ୍ତ ପ୍ରଧାନ, ଶିବପ୍ରସାଦ ସାହୁ, ସୋମନାଥ ସାହୁ, ବେଣୁଧର ପୃଷ୍ଟି, ଶୁଭଶ୍ରୀ ସାଥୁଆ ପ୍ରମୁଖ ଜଣ୍ଡିସରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ୧୧ ନଂ. ଓ୍ବାର୍ଡର ସୋନାଲି ସାହୁ , ସତ୍ୟଜିତ ଦାସ, ଲକ୍ଷ୍ମୀପ୍ରିୟା ସାହୁ ଓ ଚିନ୍ମୟୀ ସାହୁ ଏବଂ ୧୨ ନଂ. ଓ୍ବାର୍ଡର ଶ୍ରଦ୍ଧାଞ୍ଜଳି ସାଥୁଆ ମହାପାତ୍ର, ନୀଳମାଧବ ସାଥୁଆମହାପାତ୍ର ଓ ଆଶା ସାଥୁଆମହାପାତ୍ର ଗୁରୁତର ହୋଇଛନ୍ତି। ରୋଗର ନିରାକରଣ ପାଇଁ ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି । ସବୁ ସମୟରେ ଏହି କମିଟି ପ୍ରତି ଓ୍ବାର୍ଡ ପରିକ୍ରମା କରି ସ୍ଥିତି ଅନୁଧ୍ୟାନ କରିବା ସହିତ ଜଣ୍ଡିସ ରୋଗ ନିରାକରଣ ପାଇଁ ପଦକ୍ଷେପ ନେବେ ବୋଲି ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri