ରକ୍ଷଣାବେକ୍ଷଣ ଅଭାବରୁ ରାଜସ୍ବ ବଙ୍ଗଳା ପାଲଟିଛି ଭୂତକୋଠି: ମରାମତି, ପୁନଃ କାର୍ଯ୍ୟକ୍ଷମ ନିମନ୍ତେ ଦାବି

ଖଣ୍ଡପଡ଼ା,୩୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରଠାରୁ ଅନତି ଦୂରରେ ରାଜସ୍ବ ବିଭାଗର ଡାକ ବଙ୍ଗଳା ଏବେ ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠିରେ ପରିଣତ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ଦୀର୍ଘ ୭୦ ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ଖଣ୍ଡପଡ଼ା-ନୟାଗଡ଼ ପୂର୍ତ୍ତ ବିଭାଗ ମୁଖ୍ୟରାସ୍ତା ପାର୍ଶ୍ୱରେ ଅବସ୍ଥିତ ଏହି ବଙ୍ଗଳାଟି ବର୍ତ୍ତମାନ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଥିବାରୁ ପର୍ଯ୍ୟଟକ ଓ ସାଧାରଣଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଭାପୁର ତହସିଲ ଅଧୀନ ବାଘୁଆପଲ୍ଲୀ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଉକ୍ତ ବଙ୍ଗଳାରେ ଦୀର୍ଘବର୍ଷଧରି କାର୍ଯ୍ୟ କରୁଥିଲା। ମାତ୍ର ପରବର୍ତ୍ତୀ ସମୟରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନୂତନ ଗୃହକୁ ସ୍ଥାନାନ୍ତରିତ ହେବା ପରେ ବଙ୍ଗଳାଟିରେ ତାଲା ଝୁଲାଇ ଦିଆଗଲା ା ଏବେ ଅନାବନା ଗଛଲତାରେ ପୂର୍ଣ୍ଣ କୋଠାଟି ସରୀସୃପଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଉଲ୍ଲେଖଯୋଗ୍ୟ, ଅତୀତରେ ରାଜ୍ୟ ସରକାରଙ୍କ ପଦସ୍ଥ ଅଧିକାରୀ ଓ ପର୍ଯ୍ୟଟକମାନେ ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଜଙ୍ଗଲ ପରିବେଶ ମଧ୍ୟରେ ଥିବା ବଙ୍ଗଳାରେ ରାତ୍ରଯାପନ କରୁଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ କୋଠାଟି ଧୀରେ ଧୀରେ ଭାଙ୍ଗିରୁଜି ଯିବାବେଳେ ଏହାର ମରାମତି କରାଯାଇ ନ ଥିଲା। ବଙ୍ଗଳା ସମ୍ମୁଖସ୍ଥ ନଳକୂପଟି ଗଛଲତା ମଧ୍ୟରେ ଏବେ ଅଚଳ ଅବସ୍ଥାରେ ପଡ଼ିରହିଛି। ଉକ୍ତ ରାସ୍ତାଦେଇ ଜିଲାପାଳଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ପଦସ୍ଥ ଅଧିକାରୀମାନେ ଯାତାୟାତ କରୁଥିଲେ ମଧ୍ୟ ବଙ୍ଗଳାଟି ପ୍ରତି କାହାର ଦୃଷ୍ଟି ପଡ଼ିବା ଦୁର୍ଭାଗ୍ୟଜନକ ବୋଲି ଲୋକେ କହୁଛନ୍ତି। ପ୍ରଶାସନିକ ଉଦାସୀନତା ଓ ଅବହେଳା ଯୋଗୁ ସୁନ୍ଦର ବଙ୍ଗଳାଟି ଏବେ ସମ୍ପୂର୍ଣ୍ଣ ନଷ୍ଟ ହେବାକୁ ଯାଉଛି। ତେଣୁ ରାଜସ୍ବ ବିଭାଗ ପକ୍ଷରୁ ଏହାକୁ ମରାମତି କରି ପୁନଃ କାର୍ଯ୍ୟକ୍ଷମ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri