ରକ୍‌ ଗାର୍ଡେନ ପାଇଁ ଖର୍ଚ୍ଚ ହେବ ୮.୫ କୋଟି

ବ୍ରହ୍ମପୁର ଅଫିସ, ୧୦ା୮-ଗଞ୍ଜାମ ଜିଲାକୁ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କରିବା ପାଇଁ ବ୍ରହ୍ମପୁର ଆମ୍ବପୁଆଠାରେ ନିର୍ମାଣ ହେବାକୁ ଥିବା ରାଜ୍ୟର ପ୍ରଥମ ରକ୍‌ ଗାର୍ଡେନ (ଶିଳାକୃତି ପ୍ରଦର୍ଶନସ୍ଥଳ) ସ୍ବପ୍ନ ବାସ୍ତବ ରୂପ ନେବ। ଏଥିପାଇଁ ଚିହ୍ନଟ ୯ ଏକର ଜାଗା ଚାରିପଟେ ପ୍ରାୟ ଦେଢ଼ବର୍ଷ ତଳୁ ପାଚେରି ନିର୍ମାଣ ହୋଇଥିଲା। ରକ୍‌ ଗାର୍ଡେନ ପାଇଁ ପ୍ରାୟ ୮.୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ଚଳିତ ମାସ ଶେଷ ସୁଦ୍ଧା ଏହାର ଟେଣ୍ଡର ଆରମ୍ଭ କରିବାକୁ ଶୁକ୍ରବାର ବ୍ରହ୍ମପୁର ଉନ୍ନୟନ କତ୍ତୃପକ୍ଷ(ବିଡିଏ)ର ସ୍ବତନ୍ତ୍ର ବୈଠକରେ ନିଷ୍ପତ୍ତି ହୋଇଛି।
ସମ୍ମିଳନୀ କକ୍ଷରେ ଉପାଧ୍ୟକ୍ଷ ତଥା ବ୍ରହ୍ମପୁର ମହାନଗର ନିଗମ(ବିଏମସି) କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସ୍ବତନ୍ତ୍ର ବୈଠକରେ ବ୍ରହ୍ମପୁରରେ ନିର୍ମାଣ ହେବାକୁ ଥିବା ରାଜ୍ୟର ଏହି ପ୍ରଥମ ରକ୍‌ ଗାର୍ଡେନ ପ୍ରକଳ୍ପର ଅଗ୍ରଗତି ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ ସହରରେ ବିଲ୍ଡିଂ ନିର୍ମାଣ ପାଇଁ ବିଡିଏ ପକ୍ଷରୁ ଆପୁ୍ରୁଭାଲ ପ୍ରଦାନ ଦିଗରେ ରହିଥିବା ସମସ୍ୟା ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ସେପ୍ଟେମ୍ବର ୬ରେ ପେଣ୍ଡିଂ ରହିଥିବା ସମସ୍ତ ଆପ୍ରୁଭାଲ ସମସ୍ୟା ସମାଧାନ କରାଯିବ ବୋଲି କମିଶନର ସୂଚନା ଦେଇଥିଲେ। ଆଗକୁ ବିଲ୍ଡିଂ ଆପ୍ରୁଭାଲରେ ଯେଭଳି ବିଳମ୍ବ ନ ହେବ ସେଥିପାଇଁ ବିଡିଏ କାର୍ଯ୍ୟାଳୟରେ ଇ-ଅଫିସ ଖୋଲାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ସହରର ସୌନ୍ଦର୍ଯ୍ୟକରଣ ପାଇଁ ବିଭିନ୍ନ ରେଲୱେ ଓଭରବ୍ରିଜ(ଆରଓବି) ତଳେ ବିଡିଏ ପକ୍ଷରୁ ବସିବା ନିମନ୍ତେ ବ୍ୟବସ୍ଥା, ପାର୍କିଂ, ଦେକାନ ଗୃହ ନିର୍ମାଣ କରାଯିବ। ବ୍ରହ୍ମପୁରରେ ୨୦୦୦, ଗୋପାଳପୁର ଓ ଛତ୍ରପୁରରେ ଆଗାମୀ ଦିନରେ ୧୦୦୦ ଚାରାରୋପଣ କରିବାକୁ ଯୋଜନା ରଖାଯାଇଛି।
ସୌନ୍ଦର୍ଯ୍ୟକରଣ ପାଇଁ ସହରର ସମସ୍ତ ଓପନ ସ୍ପେସରେ କନସେପ୍ଟ ପାର୍କ, ଚାରାରୋପଣ କରାଯିବାକୁ କୁହାଯାଇଥିଲା। ଗଞ୍ଜାମ ହାଟ ପ୍ରକଳ୍ପ ନେଇ ଆସନ୍ତା ୨୭ରେ ହେବାକୁ ଥିବା ସ୍ବତନ୍ତ୍ର ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଥିଲା। ବୈଠକରେ ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବିଡିଏ ସଚିବ ସମ୍ବିତ୍‌ ରାଉତ ଏବଂ ବିଡିଏର ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?