ରଙ୍ଗୋଲିରେ ଜଗନ୍ନାଥ

ବାଲେଶ୍ୱର ଅଫିସ, ୬।୭: ବାଲେଶ୍ୱର ଜିଲା ରେମୁଣା ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀଗୁଣ୍ଡିଚା ମନ୍ଦିର ମେଳାପଡ଼ିଆରେ ରଥ ଉତ୍ସବର ଦ୍ୱିତୀୟ ଦିନରେ ଶନିବାର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରସ୍ଥିତ ଭଜନ ମଣ୍ଡପରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ମହିଳା କଳାକାରଙ୍କ ଦ୍ୱାରା ରଙ୍ଗୋଲି କାର୍ଯ୍ୟକ୍ରମ ବେଶ୍‌ ଚିତ୍ତାକର୍ଷକ ହୋଇଥିଲା। ଅପରାହ୍ନ ୬ଟାରୁ ୭ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରସ୍ଥ ମେଳା ପଡ଼ିଆରେ ମା’ ଭଗବତୀ ସଂକୀର୍ତ୍ତନ ମଣ୍ଡଳୀ, ନରସିଂହପୁର ଓ ଦଧିବାମନ କୀର୍ତ୍ତନମଣ୍ଡଳୀ, ଆରପଟା ମଧ୍ୟରେ ହରିନାମ ପ୍ରତିଯୋଗିତା ଦେଖି ଶ୍ରଦ୍ଧାଳୁମାନେ ବିମୋହିତ ହୋଇଥିଲେ। ସନ୍ଧ୍ୟା ୭ରୁ ସାଢେ ୮ଟା ପର୍ଯ୍ୟନ୍ତ ବୃନ୍ଦାବନସ୍ଥିତ ବିଶିଷ୍ଟ କଳାକାରଙ୍କ ଦ୍ୱାରା ଶ୍ରୀକୃଷ୍ଣ ଚରିତ୍ର ଆଧାରିତ ଚିତ୍ତାକର୍ଷକ ରାସଲୀଳା ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ମୁଖ୍ୟ ଆକର୍ଷଣ ହୋଇଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା, ସ୍ବାସ୍ଥ୍ୟସେବା, ପାନୀୟଜଳ ଓ ପ୍ରସାଦସେବନ ବ୍ୟବସ୍ଥା କରାଯାଇଛି। କାର୍ଯ୍ୟକ୍ରମରେ ଜଗନ୍ନାଥ ମନ୍ଦିରର ମୁଖ୍ୟ ପୃଷ୍ଠପୋଷକ ସୁଶୀଲ୍‌ କୁମାର ଗୋୟେଙ୍କା, ସ୍ଥାନୀୟ କାଗଜକଳର ମୁଖ୍ୟ ସଂଚାଳକ ଏମ୍‌.ବି.ଏସ୍‌. ନାୟାର, ବରିଷ୍ଠ ସଭାପତି ସୁଶୀଲ୍‌ କୁମାର ଖୈତାନ୍‌, ବରିଷ୍ଠ ଉପସଭାପତି ଆଶିଷ୍‌ ଏ. ଗୁପ୍ତା ତଥା ମନ୍ଦିର ପ୍ରଶାସନର ପ୍ରଶାସନିକ ଅଧିକାରୀ ପ୍ରସନ୍ନ କୁମାର ସିଂହସାମନ୍ତ, ମନ୍ଦିରର ମୁଖ୍ୟପୂଜକ ପ୍ରଦୀପ୍ତ କୁମାର ମିଶ୍ର ଓ ବହୁ ବରିଷ୍ଠ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri