ରଜ ପରେ ଯୁକ୍ତ୨ କଳା, ବାଣିଜ୍ୟ ରେଜଲ୍ଟ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରଜ ପରେ ଯୁକ୍ତ୨ କଳା ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଆସନ୍ତା ୧୭ କିମ୍ବା ୧୮ତାରିଖରେ ରେଜଲ୍ଟ ବାହାରିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୩ତାରିଖରେ ଚଳିତବର୍ଷର ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ୯ କଲେଜର ରେଜଲ୍ଟ ଶୂନ ରହିଥିବା ବେଳେ ୨୯ କଲେଜରେ ଶହେ ପ୍ରତିଶତ ରେଜଲ୍ଟ ହୋଇଥିଲା। ଚଳିତବର୍ଷ ପାସ୍‌ ହାର ୭୨.୩୩ ପ୍ରତିଶତ ରହିଛି, ଯାହାକି ଗତବର୍ଷ ତୁଳନାରେ ୪.୬୫% କମ୍‌। ତେବେ କଳା ଓ ବାଣିଜ୍ୟରେ ଫଳାଫଳ କ’ଣ ହେବ, ତାହାକୁ ନେଇ ସମସ୍ତଙ୍କ ଅପେକ୍ଷା।
-ଦୁଇ ବର୍ଷରେ ରାଜ୍ୟରେ ଦୂର ହେବ ଡାକ୍ତର ସମସ୍ୟା: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ଦେଖାଦେବ ନାହିଁ ଡାକ୍ତର ସମସ୍ୟା। ଆବଶ୍ୟକଠାରୁ ଅଧିକ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ। ଆଗାମୀ ଦୁଇ ବର୍ଷରେ ଓଡ଼ିଶାରେ ଆବଶ୍ୟକ ତୁଳନାରେ ଅଧିକ ଡାକ୍ତର ଉପଲବ୍ଧ ହେବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ବୁଧବାର ସଚିବାଳୟଠାରେ ଦପ୍ତର ପ୍ରବେଶ ସମୟରେ ମନ୍ତ୍ରୀ କହିଥିଲେ, ମେଡିକାଲ କଲେଜଗୁଡ଼ିକରୁ ଅଧିକ ସଂଖ୍ୟାରେ ଡାକ୍ତର ଉତ୍ତୀର୍ଣ୍ଣ ହେବାକୁ ଯାଉଛନ୍ତି। ତେଣୁ ଆଗାମୀ ଦିନରେ ରାଜ୍ୟର କୌଣସି ଚିକିତ୍ସାଳୟରେ ଆଉ ଡାକ୍ତରଙ୍କ ଅଭାବ ରହିବ ନାହିଁ। ସ୍ବାସ୍ଥ୍ୟସେବା ସବୁବେଳେ ଏକ ବଡ଼ ଆହ୍ବାନ। ସମସ୍ତ ପ୍ରକାର ପରିସ୍ଥିତିରେ ରାଜ୍ୟବାସୀଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ସଚିବାଳୟ ମନ୍ତ୍ରୀ କରିଡରର ଦ୍ୱିତୀୟ ମହଲାରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ ପ୍ରକୋଷ୍ଠ ମିଳିଥିବା ବେଳେ ବୁଧବାର ପୂର୍ବାହ୍ନରେ ସେ ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି। ଦପ୍ତର କାର୍ଯ୍ୟ ଆରମ୍ଭ ପୂର୍ବରୁ ସେଠାରେ ଛୋଟିଆ ପୂଜାପାଠର ଆୟୋଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri