Posted inଖେଳ

ରଣଜୀ ଟ୍ରଫି:ବସନ୍ତଙ୍କୁ ୬; ସର୍ଭିସେସ୍‌ ୨୭୧ରେ ଅଲଆଉଟ

କଟକ ଅଫିସ,୧୮ା୧୨- ଡ୍ରିମ୍ସ ଗ୍ରାଉଣ୍ଡରେ ଓଡ଼ିଶା-ସର୍ଭିସେସ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ ମଙ୍ଗଳବାର ଆରମ୍ଭ ହୋଇଛି। ପେସ୍‌ ବୋଲରଙ୍କୁ ସୁହାଉଥିବା ପିଚ୍‌ରେ ସର୍ଭିସେସ୍‌ ପ୍ରଥମେ ବ୍ୟାଟିଂ କରି ୨୭୧ରନରେ ଅଲଆଉଟ ହୋଇଯାଇଛି। ଓଡ଼ିଶା ପକ୍ଷରୁ ବସନ୍ତ ମହାନ୍ତି ସର୍ବାଧିକ ୬ଟି ଉଇକେଟ ଅକ୍ତିଆର କରିଛନ୍ତି। ପ୍ରଥମ ଦିବସ ଷ୍ଟମ୍ପ ଅପସାରଣ ସୁଦ୍ଧା ଓଡ଼ିଶା ବିନା ଉଇକେଟରେ ୪୩ରନ କରିଛି। ଓପନର ଅନୁରାଗ ଷଡ଼ଙ୍ଗୀ ୩୩ ଓ ଶାନ୍ତନୁ ମିଶ୍ର ୧୦ରନରେ ଅପରାଜିତ ଅଛନ୍ତି। ହାତରେ ୧୦ଟି ଯାକ ଉଇକେଟ ବାକି ଥିବା ଯୋଗୁଁ ଓଡ଼ିଶା ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିବାର ଦୃଢ଼ ଆଶା ରହିଛି।
ଓଡ଼ିଶା ଅଧିନାୟକ ଶୁଭ୍ରାଂଶୁ ସେନାପତି ଟସ୍‌ ଜିତି ସର୍ଭିସେସ୍‌କୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲେ। ୩ୟ ଓଭରରେ ଦଳୀୟ ସ୍କୋର ୫ ହୋଇଥିବା ବେଳେ ସର୍ଭିସେସ ଦୁଇଟି ଉଇକେଟ ହରାଇଥିଲା। ଓପନର ମୁମତାଜ କାଦିର ଓ ବ୍ୟାଟିଂ କ୍ରମ ୩ନଂରେ ଆସିଥିବା ରବି ଚୌହ୍ବାନ ଖାତା ଖୋଲିବା ପୂର୍ବରୁ ବସନ୍ତଙ୍କ ଶିକାର ହୋଇଥିଲେ। ପରେ ଅରୁଣ ବମାଲ ୧୮ରନରେ ସୂର୍ଯ୍ୟକାନ୍ତ ପ୍ରଧାନଙ୍କ ଦ୍ୱାରା କ୍ୟାଚ୍‌ ଆଉଟ ହୋଇଥିଲେ। ୨୮ରନରେ ସର୍ଭିସେସ ୩ଟି ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ୪ର୍ଥ ଉଇକେଟରେ ସର୍ଭିସେସ୍‌ ୫୩ରନ ଯୋଡ଼ିଥିଲା। ଉଇକେଟ କିପର ନକୁଲ ବର୍ମା ୭୮ବଲରୁ ୫୩ରନ କରିଥିବା ବେଳେ ଓଡ଼ିଶାର ଯୁବ ତାରକା ପେସ୍‌ ବୋଲର ରାଜେଶ ମହାନ୍ତି ତାଙ୍କୁ କ୍ୟାଚ୍‌ ଆଉଟ କରାଇଥିଲେ। ୫ମ ଉଇକେଟରେ ୯୩ରନର ଭାଗିଦାରୀ ସୃଷ୍ଟି ହେବା ଯୋଗୁଁ ଦଳ ୨୦୦ଟପିବାକୁ ସକ୍ଷମ ହୋଇଥିଲା। ଅଧିନାୟକ ରଜତ ପାଲିୱାଲ ଓ ରାହୁଲ ସିଂ ଏହି ଗୁରୁତ୍ୱପୂର୍ଣ୍ଣ ଭାଗୀଦାରି ଗଢ଼ିଥିଲେ। ରଜତ ୫୮ରନରେ ଓ ରାହୁଲ ୫୫ରନ କରି ବସନ୍ତଙ୍କ ଶିକାର ହୋଇଥିଲେ। ୫ରନ ବ୍ୟବଧାନରେ ଏହି ଦୁଇ ଉଇକେଟ ପତନ ଘଟିଥିଲା। ପରେ ନିମ୍ନକ୍ରମର ବ୍ୟାଟ୍ସମ୍ୟାନ ସାଦବ ନଜର(୨୯ରନ), ଦିୱେଶ ପଠାନିଆ(୨୪ରନ) ଦ୍ରୁତ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri