ରଣଝାଲି ଗ୍ରାମରେ ପାନୀୟ ଜଳ ସଙ୍କଟ: ହାଣ୍ଡି ମାଠିଆ ଧରି ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ମହିଳା

ପୁରୁଷୋତ୍ତମପୁର,୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରଣଝାଲି ଗ୍ରାମର ୪ ଓ ୫ ନଂ ୱାର୍ଡରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏ ନେଇ ଦୀର୍ଘଦିନ ଧରି ଲୋକେ ବ୍ଲକ ଓ ଜିଲା ପ୍ରଶାସନଠାରେ ବାରମ୍ବାର ଅଭିଯୋଗ କରୁଥିଲେ ମଧ୍ୟ କେହିହେଲେ ଗୁରୁତ୍ୱ ଦେଉନାହାନ୍ତି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମର ମହିଳାମାନେ ଏକତ୍ରିତ ହୋଇ ଗ୍ରାମଠାରୁ ଏକ ଶୋଭାଯାତ୍ରାରେ ହାଣ୍ଡି ମାଠିଆ ଧରି ବସୁଧା ଯୋଜନା ଓ ଜଳଯୋଗାଣ ମିଶନ କାହା ପାଇଁ। ସରକାର ଆମକୁ ପିଇବାକୁ ପାଣିଦିଅର ନାରାଦେଇ ଦୀର୍ଘ ଚାରି କିଲୋମିଟର ରାସ୍ତା ଚାଲି ପୁରୁଷୋତ୍ତମପୁର ଆସି ବ୍ଲକ କାର୍ଯ୍ୟାଳୟକୁ ଘେରାଉ କରିବା ସହ ବିଡିଓଙ୍କ ପ୍ରକୋଷ୍ଠ ଆଗରେ ଧାରଣାରେ ବସି ରହିଥିଲେ। ଏହି ଆନ୍ଦୋଳନ ଯୋଗୁ ବ୍ଲକ କାର୍ଯ୍ୟରେ ସମସ୍ୟା ଉପୁଜି ଥିଲା। ଏହାକୁ ନେଇ ବିଡିଓ ସୀମାଞ୍ଚଳ ମହାନ୍ତି ଆନ୍ଦୋଳନକାରୀଙ୍କ ନିକଟକୁ ବୁଝାଶୁଝା କରିବା ସହ ଗ୍ରାମ୍ୟ ଜଳଯୋଗାଣ କନିଷ୍ଠ ଯନ୍ତ୍ରୀ ସରୋଜ କୁମାର ପାଢୀଙ୍କୁ ଡକାଇ ଗ୍ରାମରେ ଖୋଳା ଯାଇଥିବା ନୂତନ ବୋରୱେଲରେ ମୋଟର ଲଗାଇ ତାହାର କାର୍ଯ୍ୟ କ୍ଷମତା କରାଯିବ। ଏଥିସହ ଦଶ ଦିନ ମଧ୍ୟରେ ପାଣି ଯୋଗାଇବାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଥିଲା। ଏହାସହ ବିଡିଓ ଗ୍ରାମକୁ ଯାଇ ସମସ୍ୟାକୁ ବୁଲି ଦେଖିଥିଲେ।

ସୂଚନାଯୋଗ୍ୟ, ରଣଝାଲି ଗ୍ରାମରେ ୭ ଗୋଟି ଓ୍ବାର୍ଡରେ ବସବାସ କରୁଥିବା ପ୍ରାୟ ୪ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ଲାଗି ୧ଲକ୍ଷ ୬୦ ହଜାର କ୍ଷମତା ସମ୍ପୂର୍ଣ୍ଣ ଓଭରହେଡ ପାଣି ଟାଙ୍କି ନିର୍ମାଣ କରାଯାଇ ଗୋଟିଏ ବୋର୍‌ୱେଲ ନିର୍ମାଣ କରାଯାଇଥିଲା । ମାତ୍ର ଏହି ବୋରୱେଲଟି ଆବଶ୍ୟକ ପରିମାଣର ପାଣି ଯୋଗାଇ ପାରୁ ନ ଥିବା ହେତୁ ଗ୍ରାମର ଅଧା ଅଞ୍ଚଳକୁ ପାଣି ଯୋଗାଣ ହୋଇ ନ ପାରିବାରୁ ଗ୍ରାମବାସୀଙ୍କ ଅଭିଯୋଗକୁ ନେଇ ଗ୍ରାମ ନିକଟରେ ଏକ ନୂତନ ବୋରୱେଲ ଦୁଇବର୍ଷ ତଳେ ଖୋଳା ଯାଇଥିଲା। ମାତ୍ର ଏହାକୁ କାର୍ଯ୍ୟକ୍ଷମ କରାଯାଉ ନ ଥିବା ହେତୁ ଲୋକଙ୍କୁ ପାନୀୟଜଳ ଟୋପାଏ ମିଳି ପାରୁନାହିଁ। ଏହାକୁ ନେଇ ଜନସାଧାରଣ ପ୍ରଶାସନଠାରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri