ରଣପୁର ବ୍ଲକ: ଭିତରେ ଅଭିଯୋଗ ଶୁଣାଣି, ବାହାରେ ବିକ୍ଷୋଭ

ରଣପୁର,୧୪ା୧(ସ୍ବ.ପ୍ର.): ସୋମବାର ନୟାଗଡ଼ ଜିଲା ରଣପୁର ବ୍ଲକରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ବ୍ଲକ କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ବାହାରେ କନ୍ଧନୟାଗଡ ପଞ୍ଚାୟତବାସୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆନ୍ଦୋଳନକାରୀଙ୍କ ସହ ଜିଲାପାଳ ଡା. ପୋମା ଟୁଡୁଙ୍କ ବାରମ୍ବାର ଆଲୋଚନା ପରେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। କନ୍ଧନୟାଗଡ ପଞ୍ଚାୟତ ସମିତି ସଭ୍ୟ ତଥା ରଣପୁର ବ୍ଲକ ଭାଇସ୍‌ ଚେୟାରମ୍ୟାନ ପ୍ରଶାନ୍ତ କୁମାର ନାୟକଙ୍କ ନେତୃତ୍ୱରେ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଥିଲା ବିକ୍ଷୋଭ। ନୟାଗଡ଼ ଉପଜିଲାପାଳ ଲଗ୍ନଜିତ୍‌ ରାଉତରାୟ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରି ଦାବି ପୂରଣ କରାଯିବାକୁ ପ୍ରତିଶ୍ରୁତି ଦେବା ପରେ ଅପରାହ୍ନ ସାଢ଼େ ୩ଟାରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଅଭିଯୋଗ ଅନୁସାରେ ବାରମ୍ବାର ଆବଦେନ ପରେ ମଧ୍ୟ କନ୍ଧନୟାଗଡ ପଞ୍ଚାୟତର ୭୦ରୁ ଊର୍ଦ୍ଧ୍ୱ ଲୋକ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇବାକୁ ବଞ୍ଚତ୍ତ ଅଛନ୍ତି। ଇତିମଧ୍ୟରେ ଗଁାର କିଛି ଲୋକଙ୍କ ମୃତ୍ୟୁ ହୋଇସାରିଲାଣି। ଭତ୍ତା ପାଇବାକୁ ବିଭିନ୍ନ ସମୟରେ ବିଡିଓ, ଉପଜିଲାପାଳ, ଜିଲାପାଳଙ୍କୁ ଭେଟୁଥିଲେ ମଧ୍ୟ ସୁଫଳ ମିଳୁନି। କେବଳ ପ୍ରତିଶ୍ରୁତି ମିଳୁଛି। ସେହିଭଳି ଚାନ୍ଦପୁର ବାଇପାସ୍‌ରେ ଏକ ଓଭରବ୍ରିଜର ଅବଶ୍ୟକତା ରହିଛି। ହେଲେ ଏହାକୁ ବି ଅଣଦେଖା କରାଯାଉଛି। ଏହି ବାଇପାସ୍‌ରେ ଦୈନିକ ଛୋଟବଡ ହଜାର ହଜାର ଯାନବାହନ ଯାତାୟାତ କରୁଛି। ଗୃହପାଳିତ ପ୍ରାଣୀଙ୍କ ସହ ମଣିଷ ବି ଯା’ଆସ କରୁଛନ୍ତି। ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଗତ ୨୦ବର୍ଷ ମଧ୍ୟରେ ୩୦ରୁ ଊର୍ଦ୍ଧ୍ୱ ମଣିଷ ଓ ୫୦ରୁ ଅଧିକ ଗୃହପାଳିତ ପଶୁଙ୍କ ମୃତ୍ୟୁ ଘଟିଲାଣି । ପୁଣି ପଞ୍ଚାୟତରେ ବିଦ୍ୟୁତ୍‌ ସମସ୍ୟା ଲାଗିରହିଥିଲେ ବି ସମାଧାନ କରାଯାଉନି। ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ, ଆନ୍ଦୋଳନ ପରେ ପଞ୍ଚାୟତବାସୀ ଉପେକ୍ଷିତ ହୋଇ ଚାଲିଛନ୍ତି। ଶେଷରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ବାଧ୍ୟ ହୋଇଥିବା ସେମାନେ ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

ବସରେ ଚାଲାଣ ହେଉଥିଲା ଦେଶୀ ମଦ: ରହସ୍ୟ ଖୋଲିଦେଲା ନାବାଳକଙ୍କ ବ୍ୟାଗ୍‌

ଉଦଳା,୨୧।୩(ସନ୍ତୋଷ କୁମାର ବାଛିନୀ): ଦାମିକା ବ୍ୟାଗ ଆଉ ବ୍ୟାଗ ଉପରେ ଚିହ୍ନିବା ପାଇଁ ଦିଆଯାଇଛି କୋର୍ଡ। ଆଉ ସେହି ବ୍ୟାଗ ଭିତରେ ରଖାଯାଇଛି ଦେଶୀ ମଦ। ତାହା…

ଶାରିରୀକ ସମ୍ପର୍କ ରଖିବାକୁ ମନାକଲେ ଯୁମନା: ପ୍ରେମିକ-ମା’ ମିଶି କଲେ ଏମିତି କାମ

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ଗତ ୧୭ ତାରିଖରେ ଘଟିଥିବା ମହିଳାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ଶାରୀରିକ ସମ୍ପର୍କ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri