Posted inଖେଳ

ରଣ୍‌ଜୀ ଟ୍ରଫି: ୧୩ ବର୍ଷ ପରେ ଫାଇନାଲରେ ବେଙ୍ଗଲ

କୋଲକାତା, ୩।୩ (ପି.ଟି.)- ସ୍ଥାନୀୟ ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଅନୁଷ୍ଠିତ ରଣ୍‌ଜୀ ଟ୍ରଫି ଦ୍ୱିତୀୟ ସେମିଫାଇନାଲ ମୁକାବିଲାରେ ତାରକା ଖଚିତ କର୍ନାଟକକୁ ୧୭୪ ରନରେ ପରାସ୍ତ କରି ବେଙ୍ଗଲ ଫାଇନାଲରେ ସ୍ଥାନ ପକ୍କା କରିଛି। ଏଥିସହ ଘରୋଇ ବେଙ୍ଗଲ ଦୀର୍ଘ ୧୩ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛି। ସୌରାଷ୍ଟ୍ର ଓ ଗୁଜରାଟ ମଧ୍ୟରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲର ବିଜେତା ସହ ବେଙ୍ଗଲ ଫାଇନାଲରେ ଖେଳିବ।
ପକ୍ଷରୁ ଧାର୍ଯ୍ୟ ୩୫୨ ରନର ଚ୍ୟାଲେଞ୍ଜିଂପୂର୍ଣ୍ଣ ଟାର୍ଗେଟ୍‌କୁ ପିଛା କରି ଭ୍ରମଣକାରୀ କର୍ନାଟକ ସୋମବାର ୩ୟ ଦିବସ ଶେଷ ସୁଦ୍ଧା ୩ ଉଇକେଟ୍‌ ହରାଇ ୯୮ ରନ କରିଥିଲା। ମଙ୍ଗଳବାର ୪ର୍ଥ ଦିବସରେ କର୍ନାଟକ ଲଢ଼େଇ କରିବ ବୋଲି ଆଶା କରାଯାଉଥିଲା। କିନ୍ତୁ ଦଳ ୧୬.୩ ଓଭରରେ ଆଉ ୭୯ ରନ ସଂଗ୍ରହ କରି ବଳକା ୭ ଉଇକେଟ୍‌ ହରାଇ ମୋଟ୍‌ ୧୬୧ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ବିଜୟୀ ବେଙ୍ଗଲ ପକ୍ଷରୁ ଦ୍ରୁତ ବୋଲର ମୁକେଶ କୁମାର ସବୁଠାରୁ ସଫଳ ରହିଥିଲେ। ସେ ୬୧ ରନରେ ୬ ଉଇକେଟ୍‌ ଅକ୍ତିଆର କରିଥିଲେ। ଏହା ତାଙ୍କ କ୍ୟାରିୟର ଶ୍ରେଷ୍ଠ ବୋଲିଂ ରହିଥିଲା। କର୍ନାଟକ ପକ୍ଷରୁ ପୂର୍ବଦିନର ଅପରାଜିତ ବ୍ୟାଟ୍ସମ୍ୟାନ ମନୀଷ ପାଣ୍ଡେ ଆଉ ଏକ ରନ୍‌ ଯୋଗ କରି ୧୨ରେ ଆଉଟ୍‌ ହୋଇଥିଲେ। ସେହିଳଭି ଦେବଦତ୍ତ ପାଡିକଲ ୬୨, କ୍ରିଷ୍ଣାପ୍ପା ଗୋଥାମ ୨୨, ଅଭିମନ୍ୟୁ ମିଥୁନ ୩୮ ରନ କରିଥିଲେ। ଦୁଇ ପ୍ରମୁଖ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ (୦) ଓ ଅଧିନାୟକ କରୁନ ନାୟାର (୬) ବିଫଳ ହୋଇଥିଲେ। ବେଙ୍ଗଲର ପ୍ରଥମ ଇନିଂସରେ ଅପରାଜିତ ୧୪୯ ରନର ଇନିଂସ ଖେଳିଥିବା ଅନୁଷ୍ଟୁପ୍‌ ମଜୁମଦାର ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର-
ବେଙ୍ଗଲ ପ୍ରଥମ ଇନିଂସ- ୩୧୨/୧୦,
କର୍ନାଟକ ପ୍ରଥମ ଇନିଂସ- ୧୨୨/୧୦,
ବେଙ୍ଗଲ ୨ୟ ଇନିଂସ- ୧୬୧/୧୦,
କର୍ନାଟକ ୨ୟ ଇନିଂସ- ୧୭୭/୧୦।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri