ରତ୍ନଭଣ୍ଡାର ଖୋଲିବା ଦାବିରେ ଗଣଧାରଣା

ଛତିଆ,୨୬ା୮(ଡି.ଏନ୍‌.ଏ.): ରତ୍ନଭଣ୍ଡାର ସୁରକ୍ଷା ସମିତି ତରଫରୁ ରବିବାର ସକାଳେ ଛତିଆ ପାନ୍ଥଶାଳା ସମ୍ମୁଖରେ ରତ୍ନଭଣ୍ଡାରର ସୁରକ୍ଷା ଓ ତାଲା ଭାଙ୍ଗିବା ଦାବିରେ ଏକ ଶାନ୍ତିପୂର୍ଣ୍ଣ ଗଣଧାରଣା ଦିଆଯାଇଥିଲା। ଏଥିରେ ଶତାଧିକ ଜଗନ୍ନାଥପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁ ସାମିଲ ହୋଇଥିଲେ। ପୁରୀ ବଡଦେଉଳର ରତ୍ନଭଣ୍ଡାରର ଚାବି ହଜିବାକୁ ନେଇ ତଦନ୍ତ କମିଶନ ଗଠନ କରାଯାଇଛି। ଏଥି ନିମନ୍ତେ ୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇସାରି ଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ରତ୍ନଭଣ୍ଡାର ଚାବି ମିଳି ପାରି ନାହଁି କି ତଦନ୍ତ ରିପୋର୍ଟକୁ ସାର୍ବଜନୀନ କରାଯାଇନାହଁି। ସରକାର କମିଶନ୍‌ଙ୍କ ତଦନ୍ତ ନାମରେ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏହାର ସୁଫଳ ମିଳିପାରୁ ନାହଁି ବୋଲି ସମିତିର ଆବାହକ ଶିବାସିଷ ମହାପାତ୍ର କହିଛନ୍ତି। ସମିତିର ସଭାପତି ବୃନ୍ଦାବନ ଦାସ ଆଜାଦ୍‌, ରାଧା ମହାପାତ୍ର, ବିଜୟିନୀ ପଣ୍ଡା, ଶ୍ରଦ୍ଧା ମହାପାତ୍ର, ନିବେଦିତା ମହାନ୍ତି, ଦେବଶ୍ରୀ ମିଶ୍ର, ଇତିଶ୍ରୀ ମହାନ୍ତି, ଶ୍ରଦ୍ଧଞ୍ଜଳି ମହାପାତ୍ର, ସତ୍ୟପ୍ରିୟ କୁଅଁର, ରତିକାନ୍ତ ନାୟକ, ପ୍ରଦୀପ କୁମାର ଦାସ, ବିଶ୍ୱଶ୍ରୀ ବିଶ୍ୱାଳ, ପ୍ରଶାନ୍ତ କୁମାର ସାହୁ, ବିକାଶ କୁମାର ପ୍ରଧାନ, ଦୁଷ୍ମନ୍ତ ସାହୁ, ମାନସ କୁମାର ସାମଲ, ଅଶୋକ ବେହେରା, ରମେଶ ଚନ୍ଦ୍ର ପୃଷ୍ଟି, ଦେବଦତ୍ତ ମିଶ୍ର, ତପସ୍ବିନୀ ବିନ୍ଧାଣୀ, ସାଇ ଆଶୁତୋଷ ଓଝା, ମମତା ବେହେରା, ଚିନ୍ମୟୀ ସାହୁଙ୍କ ସମେତ ଶତାଧିକ ଜଗନ୍ନାଥପ୍ରେମୀ ଉକ୍ତ ଗଣ ପ୍ରାର୍ଥନା ସଭାରେ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri