ରଥଯାତ୍ରା ବାତିଲ ପାଇଁ ଜନସ୍ବାର୍ଥ ମାମଲା: ‘ସ୍ଥିତି ଦେଖି ନିଷ୍ପତ୍ତି ନିଅନ୍ତୁ ସରକାର’

କଟକ ଅଫିସ,୧୦ା୬: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଚଳିତ ବର୍ଷ ରଥଯାତ୍ରା ସ୍ଥଗିତ ରଖିବାକୁ ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାର ମଙ୍ଗଳବାର ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ବିଚାରପତି ଜଷ୍ଟିସ ବିଶ୍ୱଜିତ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ଅଶୋକ ପରିଜା ସତ୍ୟପାଠ ଦାଖଲ କରିଥିଲେ। ରଥଯାତ୍ରା ଆୟୋଜନ ନେଇ ସରକାର ବର୍ତ୍ତମାନ ସୁଦ୍ଧା କୌଣସି ନିଷ୍ପତ୍ତି ନେଇନାହାନ୍ତି। ଆଗାମୀ ଦିନରେ କରୋନା ଭୂତାଣୁର ସ୍ଥିତିକୁ ଦେଖି ସରକାର ନିଷ୍ପତ୍ତି ନେବେ ବୋଲି ସତ୍ୟପାଠରେ ଦର୍ଶାଯାଇଛି। କୋର୍ଟ ଏହାକୁ ଗ୍ରହଣ କରି କରୋନା ସ୍ଥିତିକୁ ଦେଖି ରଥଯାତ୍ରା ସମ୍ପର୍କରେ ସରକାର ନିଷ୍ପତ୍ତି ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଉଲ୍ଳେଖଯୋଗ୍ୟ, ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଏହି ମାମଲା କରିଥିବା ବେଳେ ଆଇନଜୀବୀ ସରୋଜ ପାଢ଼ୀ ଯୁକ୍ତି ଉପସ୍ଥାପନ କରିଥିଲେ। ପୂର୍ବରୁ ବହୁଥର ରଥଯାତ୍ରା ବନ୍ଦ ହୋଇଛି। ଗତ ୪୨୫ ବର୍ଷ ଭିତରୁ ରଥଯାତ୍ରା ୩୨ ବର୍ଷ ବନ୍ଦ ରହିଥିଲା। ପୁରୀରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଉପରେ
ରହିଛି। ଲକ୍‌ଡାଉନ୍‌ କଟକଣା ଅନୁଯାୟୀ ଜୁନ୍‌ ୩୦ ପର୍ଯ୍ୟନ୍ତ ଧର୍ମାନୁଷ୍ଠାନ ଓ ଧାର୍ମିକ କାର୍ଯ୍ୟକ୍ରମ ଆୟୋଜନକୁ ବାରଣ କରାଯାଇଛି। ମୁସଲିମ୍‌ ସଂପ୍ରଦାୟର ଇଦ୍‌ ଓ ମହରମ୍‌ ମଧ୍ୟ ବନ୍ଦ ରହିଥିଲା। ଏଭଳି ସ୍ଥଳେ ରଥଯାତ୍ରା ପାଇଁ ଅନୁମତି ଦେବା ସମାନତା ଅଧିକାର ବିରୋଧୀ ବୋଲି ସେ ଯୁକ୍ତି ଉପସ୍ଥାପନ କରିଥିଲେ। ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ୍‌ ଅଶୋକ ପରିଜା ଯୁକ୍ତି ରଖିଥିଲେ ଯେ, ଠାକୁରଙ୍କ ରୀତିନୀତି ଅନୁଯାୟୀ ରଥଯାତ୍ରା ଆୟୋଜନ ହେବ। ଭକ୍ତଙ୍କ ଉପସ୍ଥିତି ଉପରେ କଟକଣା ରଖାଯାଇଛି। ଅନ୍ୟପକ୍ଷରେ ହସ୍ତକ୍ଷେପ ଯାଚିକା ଦାଏର କରିଥିବା ବ୍ୟକ୍ତିଙ୍କ ପକ୍ଷରୁ ରଥ ଟାଣିବା ପାଇଁ ମାତ୍ର ଦୁଇ ଶହ ଭକ୍ତଙ୍କୁ ଅନୁମତି ଦେବାକୁ ଯୁକ୍ତି ରଖାଯାଇଥିଲା। କିନ୍ତୁ କରୋନା କଟକଣା ଅନୁଯାୟୀ, ୭ ଜଣଙ୍କ ଠାରୁ ଅଧିକ ବ୍ୟକ୍ତି ଏକାଠି ହୋଇପାରିବେ ନାହିଁ। ସେହିପରି ହସ୍ତକ୍ଷେପ ଯାଚିକା ଦାଏର କରିଥିବା ଅନ୍ୟ ଏକ ପକ୍ଷ ମେଶିନରେ ରଥ ଟାଣିବା ପାଇଁ ଯୁକ୍ତି ବାଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri