ରଥଯାତ୍ରା ସିଧା ପ୍ରସାରଣ ପାଇଁ ନିଲାମ: ଭାଗନେଇଛନ୍ତି ୭ ଟିଭି ଚ୍ୟାନେଲ, ଆଜି ନିଷ୍ପତ୍ତି

ପୁରୀ ଅଫିସ,୧୧।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଅଧିକାର ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଥର ନିଲାମ ଡକାଯାଇଥିଲା। ନିଲାମ ଜରିଆରେ ଗୋଟିଏ ଟିଭି ଚ୍ୟାନେଲକୁ ହିଁ ସିଧା ପ୍ରସାରଣ ଅଧିକାର ଦିଆଯିବ ବୋଲି ମନ୍ଦିର ପ୍ରଶାସନ ସ୍ଥିର କରିଛି। ୧୦ତାରିଖ ସୁଦ୍ଧା ଏହି ନିଲାମ ପ୍ରକ୍ରିୟାରେ ଭାଗନେବାକୁ ଟିଭି ଚ୍ୟାନେଲଗୁଡ଼ିକୁ ଆହ୍ବାନ କରାଯାଇଥିଲା। ସେହି ଅନୁଯାୟୀ ଏଥିରେ ୭ଟି ଚ୍ୟାନେଲ ଭାଗନେଇଥିଲେ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ସୋମବାର ଅପରାହ୍ନ ସାଢେ ୪ଟାରେ ନିଲାମରେ ଭାଗନେଇଥିବା ଚ୍ୟାନେଲ ଅଧିକାରୀମାନେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ନୀତି ପ୍ରଶାସକ ବିଶ୍ୱଜିତ ବିଶ୍ୱାଳ, ଉନ୍ନୟନ ପ୍ରଶାସକ ବିଶ୍ୱନାଥ ସାହୁ, ସୁରକ୍ଷା ପ୍ରଶାସକ ପ୍ରଶାନ୍ତ କୁମାର ମହାପାତ୍ର ଏବଂ ଭାଗନେଇଥିବା ଟିଭି ଚ୍ୟାନେଲ ଅଧିକାରୀମାନଙ୍କ ଉପସ୍ଥିତିରେ ଟେଣ୍ଡର ପେପର ଖୋଲାଯାଇଥିଲା। ଏଥିରେ ଓଟିଭି ସର୍ବାଧିକ ୫୪ଲକ୍ଷ ଟଙ୍କାର ଟେଣ୍ଡର ପେପର ପକାଇଥିବାବେଳେ ଏମ୍‌ବିସି ୩୬ଲକ୍ଷ, ନ୍ୟୁଜ୍‌୧୮ ୧୫ଲକ୍ଷ, କଳିଙ୍ଗ ଟିଭି ୧୦ଲକ୍ଷ, ପ୍ରାର୍ଥନା ଚ୍ୟାନେଲ ୧୦ଲକ୍ଷ, ସାଧନା ଚ୍ୟାନେଲ ୪ଲକ୍ଷ ୪୪ହଜାର ୪୪୪ ଟଙ୍କା ୪୪ ପଇସା ଏବଂ କନକ ଟିଭି ୧ଲକ୍ଷ ୨୫ହଜାର ଟଙ୍କାର ଟେଣ୍ଡର ପେପର ପକାଇଛନ୍ତି। ତେବେ କିଏ ସିଧା ପ୍ରସାରଣ ଅଧିକାର ପାଇବ ସେନେଇ କୌଣସି ନିଷ୍ପତ୍ତି ହୋଇନାହିଁ। ମଙ୍ଗଳବାର ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି ନୀତି ପ୍ରଶାସକ ବିଶ୍ୱଜିତ ବିଶ୍ୱାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri