ରଥିବାଲିରେ ପର୍ଯ୍ୟଟକଙ୍କ ସୁରକ୍ଷା ଏବେ ବଡ଼ ପ୍ରଶ୍ନ

ପଟ୍ଟାଙ୍ଗି,୨୬ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଗାଲିଗାବଡାର ଗ୍ରାମ ନିକଟସ୍ଥ ରଥିବାଲି ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗୋଟିଏ ଦିନ ତଳେ କଳାହାଣ୍ଡିର ଜଣେ ପର୍ଯ୍ୟଟକ ଫଟୋ ଉଠାଉଥିବା ବେଳେ ଖସିପଡ଼ି ତାଙ୍କର ମୃତ୍ୟୁ ହେବା ପରେ ଏହି ପ୍ରଶ୍ନ ଉଠିଛି।
ଏଠାରେ ପ୍ରତି ବର୍ଷ ଡିସେମ୍ବରରୁ ଫେବୃଆରୀ ଯାଏ ପର୍ଯ୍ୟଟକଙ୍କ ଭିଡ଼ ଜମେ। ଗତ ତିନି ବର୍ଷ ମଧ୍ୟରେ ଅନେକ ପର୍ଯ୍ୟଟକ ବୁଲିବାକୁ ଆସି ଫଟୋ ନେବାବେଳେ ଗୋଡ଼ ଖସି ଆହତ ହୋଇଛନ୍ତି। ୨୦୧୭ ଡିସେମ୍ବରରେ ଜୟପୁର ଅଞ୍ଚଳର ଜଣେ ଆଇନଜୀବୀ ବୁଲିବାକୁ ଆସିଥିବା ବେଳେ ଗୋଡ଼ ଖସି ସେ ଗୁରୁତର ହୋଇଥିଲେ। ୨୦୧୮ରେ ଗାଙ୍ଗମା’ ଯାତ୍ରାକୁ ଆସିଥିବା ମୀନା ବଜାରର ଜଣେ ଯୁବକ ରଥିବାଲିରେ ଫଟୋ ନେବାବେଳେ ୧୫ ଫୁଟ ତଳକୁ ଖସିପଡ଼ି ଆହତ ହୋଇଥିଲେ। ବ୍ଲକ କୃଷି ବିଭାଗର ଜଣେ କର୍ମଚାରୀ ସେହି ବର୍ଷ ଏଠାକୁ ପରିବାର ସହ ଆସିଥିବା ବେଳେ ତାଙ୍କ ଗୋଡ଼ ଖସି ସେ ବର୍ତ୍ତମାନ ଚାଲିପାରୁ ନାହାନ୍ତି। ୨୦୧୯ ବର୍ଷ ଶେଷଆଡ଼କୁ କଳାହାଣ୍ଡିର କଲେଜ ଛାତ୍ର ଜଣକ ଏଠାରେ ଖସିପଡ଼ି ପରେ ତାଙ୍କର ମୃତ୍ୟୁ ହେବା ପର୍ଯ୍ୟଟକଙ୍କୁ ଆଶଙ୍କା ଭିତରକୁ ଠେଲିଦେଇଛି। ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ପ୍ରଶାସନ ଦୃଷ୍ଟି ଦେବା ଜରୁରୀ ବୋଲି ପୂର୍ବତନ ବ୍ଲକ ଅଧ୍ୟକ୍ଷ ନୃସିଂହନାଥ ବେହେରା କହିଛନ୍ତି। ବ୍ଲକରେ ଥିବା ପେଦାପାଡୁ ଗୁମ୍ଫା, ଦେଓମାଳି, ହନୁମାନ ମନ୍ଦିର ଓ ଅମ୍ପାବାଲି ପଞ୍ଚାୟତ ସାପ୍ରାଇଗୁଡ଼ା ନିକଟସ୍ଥ ଜଳପ୍ରପାତର ଉନ୍ନତି ସହ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ସେ ଦାବି କରିଛନ୍ତି। ଏ ନେଇ ଜିଲା ପର୍ଯ୍ୟଟନ ଅଧିକାରୀ ସୁରେନ୍ଦ୍ର ଲିମା କହିଛନ୍ତି, ରଥିବାଲିର ବିଭିନ୍ନ ସ୍ଥାନରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ସତର୍କ ସୂଚନା ସମ୍ବଳିତ ସାଇନବୋର୍ଡ଼ ଲଗାଯିବ। ଉକ୍ତ ପର୍ଯ୍ୟଟନ ସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ନୂଆଗାଁ ପଞ୍ଚାୟତକୁ ସମ୍ପୂର୍ଣ୍ଣ ଦାୟିତ୍ୱ ଦିଆଯାଇଥିବା ବେଳେ ପର୍ଯ୍ୟଟନ ବିଭାଗ ମଧ୍ୟ ଆନୁସଙ୍ଗିକ ପଦକ୍ଷେପ ନେବ। ବ୍ଲକର ଅନ୍ୟ ପର୍ଯ୍ୟଟନସ୍ଥଳୀର ଉନ୍ନତି ପାଇଁ ଜିଲାପାଳ ଓ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri