ରଥ ଉପରେ ସୁନାବେଶ ବଡ଼ତଢାଉ ସେବକଙ୍କ ଅନୁରୋଧରେ ହେଉଛି

ପୁରୀ ଅଫିସ, ୧୩।୭: ଶ୍ରୀପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କର ମାନବୀୟ ଲୀଳା ଭଳି ରାଜକୀୟ ଲୀଳା ମଧ୍ୟ ଅନୁଷ୍ଠିତ ହେଉଛି। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହେଉଛନ୍ତି ରାଜାଧିରାଜ। ତାଙ୍କର କେତେକ ରୀତିନୀତି, ବେଶ ଓ ଭୋଗ ଇତ୍ୟାଦିରେ ରାଜକୀୟ ଠାଣି ପରିଲକ୍ଷିତ ହୋଇଥାଏ। ରାଜାଧିରାଜ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ସୁନାବେଶ ବା ରାଜବେଶ ବର୍ଷକୁ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ। ଆଶ୍ୱିନ ଶୁକ୍ଳ ଦଶମୀ (ଦଶହରା), କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା ଓ ଦୋଳ ପୂର୍ଣ୍ଣିମା ଏହି ଚାରିଥର ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ଏବଂ ବାହୁଡ଼ା ପରଦିନ ସିଂହଦ୍ୱାରଠାରେ ଥିବା ରଥ ଉପରେ ସୁନାବେଶ କରାଯାଇଥାଏ।
ଏ ସମ୍ପର୍କରେ ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କୁହନ୍ତି, ଏହି ଲାବଣ୍ୟମୟ ସୁବର୍ଣ୍ଣ ବେଶ କେବେଠାରୁ ଆରମ୍ଭ ହେଲା, ତାହା ଠିକ୍‌ ଭାବେ କହିବା କଷ୍ଟକର। ଏ ସମ୍ପର୍କରେ ସ୍କନ୍ଦ ପୁରାଣ କିମ୍ବା ନୀଳାଦ୍ରି ମହୋଦୟ ଭଳି ଗ୍ରନ୍ଥମାନଙ୍କରେ କିଛି ଉଲ୍ଲେଖ ନାହିଁ। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ବେଶକୁ ସର୍ବଧର୍ମ, ସର୍ବମତବାଦର ଜନସାଧାରଣ ଓ ଭକ୍ତଗଣ ଆନନ୍ଦରେ ଦର୍ଶନ କରିଥାନ୍ତି। ସେଥିପାଇଁ ଏହିଦିନ ରଥଯାତ୍ରା ଭଳି ଶ୍ରୀକ୍ଷେତ୍ରରେ ଗହଳି ଲାଗିଥାଏ। ରଥ ଉପରେ ହେଉଥିବା ସୁନାବେଶର ନାମ ହେଉଛି ବଡ଼ତଢାଉ ବେଶ। ବଡ଼ତଢାଉ ବେଶ ସମ୍ପର୍କରେ ଜଣାଯାଏ, ୧୪୬୦ ଖ୍ରୀଷ୍ଟାବ୍ଦରେ ରାଜା କପିଳେନ୍ଦ୍ର ଦେବ ଦେବୀ ଜୟଦୁର୍ଗାଙ୍କ କୃପାରୁ ଦକ୍ଷିଣ ଭାରତ ଜୟ କରି ୧୬ଟି ହସ୍ତୀପୃଷ୍ଠରେ ବିପୁଳ ଧନରତ୍ନ ଲଦି ନିଜ ରାଜ୍ୟକୁ ଆଣି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଅର୍ପଣ କରିଥିଲେ। ଗଜପତି ମହାରାଜାଙ୍କର ମହାପ୍ରଭୁଙ୍କ ପ୍ରତି ଭକ୍ତି ଓ ଆଗ୍ରହ ଲକ୍ଷ୍ୟକରି ବଡ଼ତଢାଉ ସେବକ (ଅଳଙ୍କାରଗୁଡ଼ିକୁ ଭଣ୍ଡାରରୁ ଆଣି ବେଶ ଶେଷ ହେବା ପରେ ପୁଣି ଭଣ୍ଡାର ମଧ୍ୟରେ ଯେ ଗଣିକରି ରଖନ୍ତି) ଶ୍ରୀଛାମୁରେ ଜଣାଇଥିଲେ ଯେ, ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ବର୍ଷକ ମଧ୍ୟରେ ହେଉଥିବା ସକଳ ବେଶକୁ ସମସ୍ତ ବର୍ଗର ଲୋକେ ଦର୍ଶନ କରିପାରୁନାହାନ୍ତି। ତେଣୁ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ବାହୁଡ଼ାଦିନ ରଥତ୍ରୟ ସିଂହଦ୍ୱାର ନିକଟରେ ପହଞ୍ଚତ୍ବା ପରେ ତା’ ପରଦିନ ରଥ ଉପରେ ଠାକୁରମାନଙ୍କୁ ସର୍ବ ସମ୍ମୁଖରେ ସୁନାବେଶରେ ସୁସଜ୍ଜିତ କରାଗଲେ ସମସ୍ତେ ଉପକୃତ ହୋଇପାରନ୍ତେ। ବଡ଼ତଢାଉ ସେବକଙ୍କ ଅନୁରୋଧକ୍ରମେ ସେହିଦିନଠାରୁ ରାଜା କପିଳେନ୍ଦ୍ରଦେବ ୧୩୮ ପ୍ରକାର ରତ୍ନଖଚିତ ସ୍ବର୍ଣ୍ଣ ଅଳଙ୍କାର ନିର୍ମାଣ କରି ପ୍ରଥମେ ଠାକୁରମାନଙ୍କୁ ରଥ ଉପରେ ବଡ଼ ଏକାଦଶୀ ଦିନ ଚିତ୍ତାକର୍ଷକ ସୁନାବେଶ କରାଇଥିଲେ। ତେଣୁ ଏହି ସୁନାବେଶ ବଡ଼ତଢାଉ ବେଶ ନାମରେ ବିଦିତ ହୋଇଆସୁଛି। ମହାପ୍ରଭୁଙ୍କର ମଧ୍ୟାହ୍ନ ଧୂପ ନୀତି ସରିବା ପରେ ଚିତ୍ତାକର୍ଷକ ସୁନାବେଶ ଆରମ୍ଭ ହୋଇଥାଏ। ଏହି ବେଶରେ ମେକାପ ନିଯୋଗ, ପୁଷ୍ପାଳକ, ଖୁଣ୍ଟିଆ ସେବକ ସାହାଯ୍ୟ କରିଥାନ୍ତି। ରଥ ଉପରେ ଏମାନଙ୍କ ସହିତ ଦଇତାପତି ସେବକମାନେ ଅଂଶଗ୍ରହଣ କରିଥାନ୍ତି। ଏହିଦିନ ଦ୍ୱିପ୍ରହର ଧୂପ (ଖଇ, କୋରା, ଧୁଆମୁଗ, ଆମ୍ବ, ପଣସ, ନଡ଼ିଆ, ଇତ୍ୟାଦି ଶୁଖିଲି ଭୋଗ) ପରେ ଠାକୁରମାନେ ମଇଲମ ହୁଅନ୍ତି। ମଇଲମ ପରେ ଖଣ୍ଡେ ଖଣ୍ଡେ ଶାଢ଼ି ଓ ଖଣ୍ଡୁଆ ଲାଗି ହୁଅନ୍ତି। ପରେ ଫୁଟାଲାଗି (ଟାଇଟ୍‌ ବସ୍ତ୍ର ପରିଧାନ କରନ୍ତି) ହୁଅନ୍ତି। ଅଧର ବଳା ଓ ଦୁଇ ଭୁଜରେ ବଳା ଲାଗି ହେବା ପରେ ଅଳଙ୍କାରମାନ ଲାଗି ହୋଇଥାନ୍ତି।
ଶ୍ରୀବଳଭଦ୍ରଙ୍କ ଶ୍ରୀବିଗ୍ରହରେ ସନ୍ନିବେଶିତ ହେଉଥିବା ଅଳଙ୍କାରଗୁଡ଼ିକ ହେଲା-ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ାମାଳ, କଦମ୍ବମାଳି, ତିଳକ, ଚନ୍ଦ୍ରିକା, ଅଳକା ଝୋବାକଣ୍ଠି (ଲୁଗାକୁ ଠିକ୍‌ ଭାବେ ରଖିବା ପାଇଁ), ହଳ, ମୂଷଳ, ବାହାଡାମାଳି, ବାଘନଖିମାଳି, ସେବତିମାଳି ଓ ତ୍ରିଖଣ୍ଡିକା କମରପଟି। ଦେବୀ ସୁଭଦ୍ରା ଲାଗି ହେଉଥିବା ଅଳଙ୍କାରଗୁଡ଼ିକ ହେଲା କିରୀଟ, ଓଡ଼ିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଘାଗଡ଼ାମାଳି, କଦମ୍ବମାଳି, ଡଡଗି ୨ଟି ଓ ସେବତିମାଳି। ଶ୍ରୀଜଗନ୍ନାଥଙ୍କ ଶ୍ରୀବିଗ୍ରହରେ ଲାଗି ହେଉଥିବା ଅଳଙ୍କାରଗୁଡ଼ିକ ହେଲା-ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, ଚନ୍ଦ୍ରସୂର୍ଯ୍ୟ, କାନ, ଆଡକାନି, ଘାଗଡ଼ାମାଳି, ତାବିଜମାଳି, କଦମ୍ବମାଳି, ହରିଡ଼ା କଦମ୍ବମାଳି, ବାହାଡାମାଳି, ସେବତିମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ସ୍ବର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ ଓ ତ୍ରିଖଣ୍ଡିକା କମରପଟି। ରଥାରୂଢ଼ ଠାକୁରମାନଙ୍କର ଭବ୍ୟ ସୁବର୍ଣ୍ଣମୟ ବେଶ ଦର୍ଶନ ମାତ୍ରେ ଭକ୍ତ ପ୍ରାଣରେ ଭକ୍ତିଭାବ ସଞ୍ଚାର ହେବା ସହ ଅଶେଷ ପୁଣ୍ୟ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଥିବା ଡ. ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବ କିଙ୍ଗ୍ସକକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri