ରଥ ଖଳାରେ କୋଭିଡ୍‌ ଗାଇଡ୍‌ଲାଇନ ସଚେତନତା

ପୁରୀ ଅଫିସ, ୯।୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣକୁ ନେଇ ଯେଉଁ ଅନିଶ୍ଚିତତା ଲାଗି ରହିଥିଲା ତାହା ଦୂର ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ସର୍ତ୍ତମୂଳକ ଅନୁମତି ମିଳିବା ପରେ ଶୁକ୍ରବାର ଠାରୁ ରଥ ନିର୍ମାଣ କାମ ଚାଲିଛି। ରଥ ନିର୍ମାଣ ବେଳେ ଜାରି ଗାଇଡ୍‌ଲାଇନ୍‌କୁ ପାଳନ କରିବା ଲାଗି ଶନିବାର ରଥ ଖଳାରେ ସେବକମାନଙ୍କୁ ସଚେତନ କରାଯାଇଛି। କାମ ଆରମ୍ଭ କରିବା ପୂର୍ବରୁ ମହାରଣା ସେବକଙ୍କ ସହିତ ରଥ ନିର୍ମାଣରେ ସାମିଲ ଅନ୍ୟ ସେବକଙ୍କୁ କିପରି ମାସ୍କ ପରିଥାନ କରିବେ, ଏକାଧିକ ଥର ହାତ ଭଲ ଭାବେ ସଫା କରିବେ ଏବଂ ସାମାଜିକ ଦୂରତ୍ୱ ରକ୍ଷା କରିବା ଲାଗି ସଚେତନ କରାଯାଇଛି। ଏଡିଏମ୍‌ଓ(ପରିବାର କଲ୍ୟାଣ) ଦେବୀ ପ୍ରସାଦ ମହାପାତ୍ର ରଥ ଖଳାରେ ସେବକମାନଙ୍କୁ ଏହିଭଳି ସଚେତନ କରିଥିଲେ। ଏତଦ୍‌ବ୍ୟତିତ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୪ଟି ଟିମ୍‌ ଗଠନ କରାଯାଇଛି। ଗୋଟିଏ ଟିମ୍‌ ଭକ୍ତ ନିବାସରେ ରହୁଥିବା ସେବାୟତଙ୍କ ସ୍ବାସ୍ଥାବସ୍ଥା ଯାଞ୍ଚ କରିବ। ସେହିପରି ରଥ ଖଳାରେ ଗୋଟିଏ, ଜରୁରୀ କାଳିନ ସେବା ପାଇଁ ଗୋଟିଏ ଏବଂ ଅନ୍ୟ ଏକ ଟିମ୍‌ ରଥ ନିର୍ମାଣରେ ସମ୍ପୃକ୍ତ ସେବକ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସେବା ଯାଞ୍ଚ କରିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri