ରପ୍ତାନିକାରୀଙ୍କ ଲାଗି ଜିଏସ୍‌ଟି ରିଫଣ୍ଡ ପ୍ରକ୍ରିୟାରେ ପରିବର୍ତ୍ତନ

ନୂଆଦିଲ୍ଲୀ,୨୭-୫: ରପ୍ତାନିକାରୀଙ୍କ ଲାଗି ଜିଏସ୍‌ଟି ପ୍ରକ୍ରିୟାକୁ ସରଳ କରିବା ତଥା ଏଥିରେ ଗତିଶୀଳତା ଆଣିବା ଲକ୍ଷ୍ୟରେ ଅର୍ଥ ମନ୍ତ୍ରଣାଳୟ ପଦକ୍ଷେପ ନେବାକୁ ଯାଉଛି। ଏହା ଅଧୀନରେ ଜିଏସ୍‌ଟି ରିଫଣ୍ଡକୁ ମଞ୍ଜୁରୀ ତଥା ପ୍ରୋସେସିଂ ଉଭୟ କାମକୁ ଗୋଟିଏ ବ୍ୟବସ୍ଥା ବା ପ୍ରାଧିକରଣ କରିବ। ବର୍ତ୍ତମାନ ବ୍ୟବସ୍ଥାରେ ରପ୍ତାନିକାରୀଙ୍କୁ ଉଭୟ କେନ୍ଦ୍ର ଓରାଜ୍ୟର ଟିକସ ଅଧିକାରୀଙ୍କ ଠାରୁ ଅନୁମତି ନେବାକୁ ପଡ଼ୁଛି। ଅଗଷ୍ଟରୁ ଏହି ବ୍ୟବସ୍ଥା ରେ ପରିବର୍ତ୍ତନ କରାଯିବ। ନୂଆ ବ୍ୟବସ୍ଥାରେ ଦୁଇଟି ବଦଳରେ ଗୋଟିଏ ସ୍ଥାନରେ ପ୍ରାଧିକରଣ ଜିଏସ୍‌ଟି ରିଫଣ୍ଡକୁ ମଞ୍ଜୁରି ତଥା ପ୍ରକ୍ରିୟାକରଣ କରିବ। ରାଜସ୍ବ ବିଭାଗ ପକ୍ଷରୁ ଏଥିନେଇ କାମ ଚାଲିଛି। ତଦନୁଯାୟୀ, ଟିକସଦାତାଙ୍କ ଦାବି ମଞ୍ଜୁର ହେବା ପରେ ଅଧିକାରୀଙ୍କ ଠାରୁ ସମ୍ପୂର୍ଣ୍ଣ ରିଫଣ୍ଡ ମିଳିଯିବ। ବର୍ତ୍ତମାନ ଟିକସଦାତାଙ୍କ ରିଫଣ୍ଡ ଦାବି ମଞ୍ଜୁର କରି କେନ୍ଦ୍ରୀୟ ଟିକସ ଅଧିକାରୀ ୫୦ ପ୍ରତିଶତ ରିଫଣ୍ଡ କରିଦିଅନ୍ତି ଏବଂ ବାକି ଅଧା ରାଶି ରାଜ୍ୟ ଟିକସ ଅଧିକାରୀ ସମ୍ପୂର୍ଣ୍ଣ ଯାଞ୍ଚ ପରେ ଦେଇଥାନ୍ତି। ଜିଏସ୍‌ଟି ରିଫଣ୍ଡ ଲାଗି ରାଜ୍ୟ ଟିକସ ଅଧିକାରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଗଲେ ମଧ୍ୟ ସମାନ ବ୍ୟବସ୍ଥା ପାଳନ କରାଯାଉଛି। ଏହି କାରଣରୁ ରିଫଣ୍ଡ ମିଳିବା ବିଳମ୍ବିତ ହେଉଛି। ଫଳରେ ରପ୍ତାନିକାରୀଙ୍କୁ ନଗଦ ସଙ୍କଟର ସାମ୍ନା କରିବାକୁ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ଅର୍ଥ ମନ୍ତ୍ରଣାଳୟ ଗୋଟିଏ ପ୍ରକାର ବ୍ୟବସ୍ଥା ଆପଣାଇବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri