ରବିନାରାୟଣ ଦାଶଙ୍କୁ ମିଳିବ କିଶୋରୀ ଚରଣ ପୁରସ୍କାର

କଟକ ଅଫିସ,୨୨।୨: ସାହିତି୍ୟକ କିଶୋରୀ ଚରଣ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ କିଶୋରୀ ଚରଣ ପୁରସ୍କାର ଚଳିତବର୍ଷ ଯୁବ କଥାକାର ରବିନାରାୟଣ ଦାଶ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଦାଶଙ୍କ ଦ୍ୱାରା ଲିଖିତ ଓ ଓଡ଼ିଶା ବୁକ୍‌ ଏମ୍ପୋରିୟମ୍‌ ଦ୍ୱାରା ପ୍ରକାଶିତ ଗଳ୍ପ ସଙ୍କଳନ ‘ଦୃଶ୍ୟାନ୍ତର’ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ସ୍ବରୂପ ମାନପତ୍ର, ଉପଢୌକନ ଓ ୧୦ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯିବ। ଦାଶଙ୍କ ପୁସ୍ତକ ‘ଦୃଶ୍ୟାନ୍ତର’, ଗଳ୍ପ ସଙ୍କଳନ ‘ନିଜ ଲୋକ’, ଉପନ୍ୟାସ ‘ଡାର୍ଟି ପିକ୍‌ଚର୍‌’, ପ୍ରବନ୍ଧ ସଙ୍କଳନ ‘କଥାରେ କିଛି ଅଛି’ ଓ ‘ପିଛିଲା ତାରିଖ’ ପ୍ରକାଶ ପାଇ ପାଠକୀୟ ଆଦୃତି ଲାଭ କରିଛି। ତାଙ୍କର ଅନେକ ଗଳ୍ପ ରାଜ୍ୟର ବିଭିନ୍ନ ପ୍ରତିଷ୍ଠିତ ପତ୍ରପତ୍ରିକାରେ ପ୍ରକାଶ ପାଇଆସୁଛି। ସୂଚନାଯୋଗ୍ୟ, କିଶୋରୀ ଚରଣ ସ୍ମୃତି ସଂସଦ ପକ୍ଷରୁ ୪୦ ବର୍ଷରୁ କମ୍‌ ଯୁବ ଲେଖକମାନଙ୍କ ଦ୍ୱାରା ରଚିତ ଗଳ୍ପ, ଉପନ୍ୟାସ ପୁସ୍ତକ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। କିଶୋରୀ ଚରଣଙ୍କ ୯୬ତମ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ଆସନ୍ତା ମାର୍ଚ୍ଚ ୧ ତାରିଖରେ କଟକ ଶ୍ରୀରାମଚନ୍ଦ୍ର ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରବିନାରାୟଣ ଦାଶଙ୍କୁ ଉକ୍ତ ପୁରସ୍କାର ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦର ସମ୍ପାଦକ ବିଜୟାନନ୍ଦ ସିଂ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri