ରବି ଧାନ ସଂଗ୍ରହଣ ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ: ୧୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୨୫।୬(ବ୍ୟୁରୋ)ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ରବି ଧାନ ସଂଗ୍ରହଣ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସୋମବାର ସଚିବାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ୨୦୧୮-୧୯ ରବି ସଂଗ୍ରହଣ ଋତୁରେ ଚାଷୀମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ସୂତ୍ର ବାହାର କରିବା ଲକ୍ଷ୍ୟ ନେଇ ଏହି ସମୀକ୍ଷା ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ଚଳିତ ମାସ ୩୦ ତାରିଖ ଧାନ ସଂଗ୍ରହଣର ଅନ୍ତିମ ଦିବସ ଥିବାରୁ ସଂଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଉପରେ ମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଏଥିନିମନ୍ତେ ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ଗୁଡ଼ିକୁ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି।ସମୀକ୍ଷା ବୈଠକରୁ ଜଣାପଡ଼ିଛି, ଚଳିତ ରବି ଋତୁ ପାଇଁ ଧାନ ସଂଗ୍ରହଣର ଧାର୍ଯ୍ୟ ଲକ୍ଷ୍ୟ ୧୩,୪୨,୮୫୪.୪୭୮ ମେଟ୍ରିକ୍‌ ଟନ୍‌ ଥିବାବେଳେ ଜୁନ୍‌ ୨୨ ସୁଦ୍ଧା ୧୨,୪୨,୭୬୮.୯୫ ମେଟ୍ରିକ୍‌ ଟନ୍‌ ଧାନ ପ୍ୟାକ୍ସଗୁଡ଼ିକ ଦ୍ୱାରା କ୍ରୟ କରାଯାଇଛି, ଯାହା ଧାର୍ଯ୍ୟ ଲକ୍ଷ୍ୟର ୯୩ ପ୍ରତିଶତ। ଏଠାରେ ଉଲ୍ଲେଖଯୋଗ୍ୟ, ୨୦୧୭-୧୮ ରବି ଧାନ ସଂଗ୍ରହଣ ଋତୁରେ ୧୧,୬୪,୮୨୪ ମେଟ୍ରିକ୍‌ ଟନ୍‌ ଧାର୍ଯ୍ୟ ଲକ୍ଷ୍ୟ ଥିବାବେଳେ ଏହି ସମୟ ସୁଦ୍ଧା ୧୦,୧୬,୪୭୬.୫୧୦ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ କରାଯାଇଥିଲା। ଏହା ଧାର୍ଯ୍ୟ ଲକ୍ଷ୍ୟର ୮୭ ପ୍ରତିଶତ ଥିଲା। ଏହି ବୈଠକରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂ, ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ୍‌, ବିଧାୟକ ଦେବେଶ ଆଚାର୍ଯ୍ୟ, ଭୂପିନ୍ଦର ସିଂ, ପ୍ରଫୁଲ୍ଲ ସାମଲଙ୍କ ସହ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ବୀର ବିକ୍ରମ ଯାଦବ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri