ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା ତାଙ୍କ କ୍ରାନ୍ତିକାରୀ ରଚନା ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଛଡ଼ା ରାଷ୍ଟ୍ରୀୟ ସମ୍ମାନ ପ୍ରଦର୍ଶନ ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ପ୍ରକାଶ ଯେ, କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ରବି ସିଂ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ‘ପଥପ୍ରାନ୍ତର କବିତା’, ‘ଅପ୍ରୀତିକର କବିତା’, ‘ପଦାତିକ’, ‘ବିଷବାଣୀ’, ‘କ୍ଷତ’, ‘ଲାଲ ପାଗୋଡ଼ାର ପ୍ରେତ’, ‘ଭଙ୍ଗା ହାତର କବିତା’, ‘ସର୍ବହରା’ ଭଳି ଏକାଧିକ ପୁସ୍ତକ ସେ ରଚନା କରିଛନ୍ତି। ଓଡ଼ିଶା ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ପାଇଁ ୧୯୬୧ରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ଏହାଛଡ଼ା ୨୦୧୭ରେ ତାଙ୍କୁ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri